Text copied!
Bibles in Odia

ଗୀତସଂହିତା 69:16-21 in Odia

Help us?

ଗୀତସଂହିତା 69:16-21 in ଓଡିଆ ବାଇବେଲ

16 ହେ ସଦାପ୍ରଭୁ, ମୋତେ ଉତ୍ତର ଦିଅ; କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋ’ ପ୍ରତି ଫେର।
17 ଆଉ, ତୁମ୍ଭ ଦାସଠାରୁ ଆପଣା ମୁଖ ଲୁଚାଅ ନାହିଁ; କାରଣ ମୁଁ ସଙ୍କଟରେ ଅଛି; ଶୀଘ୍ର ମୋତେ ଉତ୍ତର ଦିଅ।
18 ମୋ’ ପ୍ରାଣର ନିକଟବର୍ତ୍ତୀ ହୋଇ ତାହାକୁ ମୁକ୍ତ କର; ମୋ’ ଶତ୍ରୁଗଣ ସକାଶୁ ମୋତେ ମୂଲ୍ୟରେ ମୁକ୍ତ କର।
19 ତୁମ୍ଭେ ମୋହର ନିନ୍ଦା ଓ ମୋହର ଲଜ୍ଜା ଓ ମୋହର ଅପମାନ ଜାଣୁଅଛ; ମୋହର ବିପକ୍ଷ ସମସ୍ତେ ତୁମ୍ଭ ସମ୍ମୁଖରେ ଅଛନ୍ତି।
20 ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରାନ୍ତ ହୋଇଅଛି; ପୁଣି, କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା ଓ ସାନ୍ତ୍ୱନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ।
21 ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ ଦ୍ରବ୍ୟ ଦେଲେ ଓ ମୋହର ତୃଷା ସମୟରେ ପାନ କରିବା ପାଇଁ ମୋତେ ଅମ୍ଳରସ ଦେଲେ।
ଗୀତସଂହିତା 69 in ଓଡିଆ ବାଇବେଲ