22ସେମାନଙ୍କ ମେଜ ସେମାନଙ୍କ ସମ୍ମୁଖରେ ଫାନ୍ଦ ସ୍ୱରୂପ ଓ ସେମାନେ ଶାନ୍ତିରେ ଥିବା ବେଳେ ତାହା ସେମାନଙ୍କର ଫାଶ ସ୍ୱରୂପ ହେଉ।
23ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଅନ୍ଧାରଗ୍ରସ୍ତ ହେଉ ଓ ସେମାନଙ୍କ କଟିଦେଶକୁ ନିତ୍ୟ କମ୍ପଯୁକ୍ତ କର।
24ତୁମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦିଅ ଓ ତୁମ୍ଭ କ୍ରୋଧର ପ୍ରଚଣ୍ଡତା ସେମାନଙ୍କୁ ଧରୁ।
25ସେମାନଙ୍କର ବସତି-ସ୍ଥାନ ଶୂନ୍ୟ ହେଉ; ସେମାନଙ୍କ ତମ୍ବୁରେ କେହି ବାସ ନ କରୁ।
26କାରଣ ସେମାନେ ତୁମ୍ଭର ପ୍ରହାରିତ ବ୍ୟକ୍ତିଙ୍କୁ ତାଡ଼ନା କରନ୍ତି ଓ ତୁମ୍ଭ ଆହତ ଲୋକମାନଙ୍କ ଦୁଃଖ ବର୍ଣ୍ଣନା କରନ୍ତି।
27ସେମାନଙ୍କ ଅପରାଧରେ ଅପରାଧ ଯୋଗ କର ଓ ସେମାନେ ତୁମ୍ଭ ଧାର୍ମିକତାର ଅଂଶୀ ନ ହେଉନ୍ତୁ।
28ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉ ଓ ଧାର୍ମିକମାନଙ୍କ ସହିତ ଲେଖା ନ ଯାଉ।
29ମାତ୍ର ମୁଁ ଦୁଃଖୀ ଓ ଶୋକାକୁଳ ଅଟେ; ହେ ପରମେଶ୍ୱର, ତୁମ୍ଭର ପରିତ୍ରାଣ ମୋତେ ଉଚ୍ଚରେ ସ୍ଥାପନ କରୁ।
30ମୁଁ ଗୀତରେ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବି ଓ ଧନ୍ୟବାଦ ଦେଇ ତାହାଙ୍କର ଗୌରବ କରିବି।
31ପୁଣି, ତାହା ଗୋରୁ ଅବା ଶୃଙ୍ଗ ଓ ଖୁରାଯୁକ୍ତ ବୃଷ ଅପେକ୍ଷା ସଦାପ୍ରଭୁଙ୍କର ତୁଷ୍ଟିକର ହେବ।