31ପୁଣି, ତାହା ଗୋରୁ ଅବା ଶୃଙ୍ଗ ଓ ଖୁରାଯୁକ୍ତ ବୃଷ ଅପେକ୍ଷା ସଦାପ୍ରଭୁଙ୍କର ତୁଷ୍ଟିକର ହେବ।
32ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି; ହେ ପରମେଶ୍ୱରଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭମାନଙ୍କ ଅନ୍ତଃକରଣ ସଜୀବ ହେଉ।
33କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି ଓ ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ।
34ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ଜଙ୍ଗମ ତାହାଙ୍କର ପ୍ରଶଂସା କରନ୍ତୁ।
35କାରଣ ପରମେଶ୍ୱର ସିୟୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ନିର୍ମାଣ କରିବେ; ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ।