Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 69

ଗୀତସଂହିତା 69:5-21

Help us?
Click on verse(s) to share them!
5ହେ ପରମେଶ୍ୱର, ତୁମ୍ଭେ ମୋହର ମୂଢ଼ତା ଜାଣୁଅଛ; ଆଉ, ମୋହର ପାପସବୁ ତୁମ୍ଭଠାରୁ ଗୁପ୍ତ ନୁହେଁ।
6ହେ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭର ଅନୁସରଣକାରୀମାନେ ମୋ’ ଦେଇ ଲଜ୍ଜିତ ନ ହେଉନ୍ତୁ; ହେ ଇସ୍ରାଏଲର ପରମେଶ୍ୱର, ତୁମ୍ଭର ଅନ୍ୱେଷଣକାରୀମାନେ ମୋ’ ଦେଇ ଅପମାନିତ ନ ହେଉନ୍ତୁ।
7କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି। ଲଜ୍ଜା ମୋ’ ମୁଖ ଆଚ୍ଛାଦନ କରିଅଛି।
8ମୁଁ ଆପଣା ଭ୍ରାତୃଗଣ ପ୍ରତି ଅଜଣା ଓ ମାତୃସନ୍ତାନଗଣ ପ୍ରତି ବିଦେଶୀ ହୋଇଅଛି।
9କାରଣ ତୁମ୍ଭ ଗୃହବିଷୟକ ଉଦ୍‍ଯୋଗ ମୋତେ ଗ୍ରାସ କରିଅଛି। ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋ’ ଉପରେ ପଡ଼ିଅଛି।
10ମୁଁ ରୋଦନ କଲେ ଓ ଉପବାସ ଦ୍ୱାରା ଆପଣା ପ୍ରାଣକୁ କ୍ଳେଶ ଦେଲେ, ତାହା ମୋ’ ନିନ୍ଦାର ବିଷୟ ହେଲା।
11ମୁଁ ଚଟବସ୍ତ୍ରକୁ ଆପଣାର ପରିଧେୟ କଲେ, ସେମାନଙ୍କ ନିକଟରେ ପ୍ରବାଦ ସ୍ୱରୂପ ହେଲି।
12ନଗର-ଦ୍ୱାରରେ ବସିବା ଲୋକମାନେ ମୋ’ ବିଷୟରେ ଗଳ୍ପ କରନ୍ତି ଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ୱରୂପ ହୋଇଅଛି।
13ମାତ୍ର ହେ ସଦାପ୍ରଭୁ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ୱର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ।
14ପଙ୍କରୁ ମୋତେ ଉଦ୍ଧାର କର ଓ ମୋତେ ମଗ୍ନ ହେବାକୁ ଦିଅ ନାହିଁ; ମୁଁ ଆପଣା ଘୃଣାକାରୀମାନଙ୍କଠାରୁ ଓ ଗଭୀର ଜଳରାଶିରୁ ଉଦ୍ଧାର ପ୍ରାପ୍ତ ହୁଏ।
15ଜଳପ୍ଲାବନ ମୋତେ ମଗ୍ନ ନ କରୁ, କିଅବା ଗଭୀର ଜଳ ମୋତେ ଗ୍ରାସ ନ କରୁ; ପୁଣି, ଗର୍ତ୍ତ ମୋ’ ଉପରେ ଆପଣା ମୁଖ ବନ୍ଦ ନ କରୁ।
16ହେ ସଦାପ୍ରଭୁ, ମୋତେ ଉତ୍ତର ଦିଅ; କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋ’ ପ୍ରତି ଫେର।
17ଆଉ, ତୁମ୍ଭ ଦାସଠାରୁ ଆପଣା ମୁଖ ଲୁଚାଅ ନାହିଁ; କାରଣ ମୁଁ ସଙ୍କଟରେ ଅଛି; ଶୀଘ୍ର ମୋତେ ଉତ୍ତର ଦିଅ।
18ମୋ’ ପ୍ରାଣର ନିକଟବର୍ତ୍ତୀ ହୋଇ ତାହାକୁ ମୁକ୍ତ କର; ମୋ’ ଶତ୍ରୁଗଣ ସକାଶୁ ମୋତେ ମୂଲ୍ୟରେ ମୁକ୍ତ କର।
19ତୁମ୍ଭେ ମୋହର ନିନ୍ଦା ଓ ମୋହର ଲଜ୍ଜା ଓ ମୋହର ଅପମାନ ଜାଣୁଅଛ; ମୋହର ବିପକ୍ଷ ସମସ୍ତେ ତୁମ୍ଭ ସମ୍ମୁଖରେ ଅଛନ୍ତି।
20ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରାନ୍ତ ହୋଇଅଛି; ପୁଣି, କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା ଓ ସାନ୍ତ୍ୱନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ।
21ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ ଦ୍ରବ୍ୟ ଦେଲେ ଓ ମୋହର ତୃଷା ସମୟରେ ପାନ କରିବା ପାଇଁ ମୋତେ ଅମ୍ଳରସ ଦେଲେ।

Read ଗୀତସଂହିତା 69ଗୀତସଂହିତା 69
Compare ଗୀତସଂହିତା 69:5-21ଗୀତସଂହିତା 69:5-21