Text copied!
Bibles in Odia

ଗୀତସଂହିତା 69:9-14 in Odia

Help us?

ଗୀତସଂହିତା 69:9-14 in ଓଡିଆ ବାଇବେଲ

9 କାରଣ ତୁମ୍ଭ ଗୃହବିଷୟକ ଉଦ୍‍ଯୋଗ ମୋତେ ଗ୍ରାସ କରିଅଛି। ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋ’ ଉପରେ ପଡ଼ିଅଛି।
10 ମୁଁ ରୋଦନ କଲେ ଓ ଉପବାସ ଦ୍ୱାରା ଆପଣା ପ୍ରାଣକୁ କ୍ଳେଶ ଦେଲେ, ତାହା ମୋ’ ନିନ୍ଦାର ବିଷୟ ହେଲା।
11 ମୁଁ ଚଟବସ୍ତ୍ରକୁ ଆପଣାର ପରିଧେୟ କଲେ, ସେମାନଙ୍କ ନିକଟରେ ପ୍ରବାଦ ସ୍ୱରୂପ ହେଲି।
12 ନଗର-ଦ୍ୱାରରେ ବସିବା ଲୋକମାନେ ମୋ’ ବିଷୟରେ ଗଳ୍ପ କରନ୍ତି ଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ୱରୂପ ହୋଇଅଛି।
13 ମାତ୍ର ହେ ସଦାପ୍ରଭୁ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ୱର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ।
14 ପଙ୍କରୁ ମୋତେ ଉଦ୍ଧାର କର ଓ ମୋତେ ମଗ୍ନ ହେବାକୁ ଦିଅ ନାହିଁ; ମୁଁ ଆପଣା ଘୃଣାକାରୀମାନଙ୍କଠାରୁ ଓ ଗଭୀର ଜଳରାଶିରୁ ଉଦ୍ଧାର ପ୍ରାପ୍ତ ହୁଏ।
ଗୀତସଂହିତା 69 in ଓଡିଆ ବାଇବେଲ