Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 6

ଗୀତସଂହିତା 6:2-9

Help us?
Click on verse(s) to share them!
2ହେ ସଦାପ୍ରଭୁ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; ହେ ସଦାପ୍ରଭୁ, ମୋତେ ସୁସ୍ଥ କର; କାରଣ ମୋ’ର ଅସ୍ଥିସବୁ ବ୍ୟାକୁଳ ହେଉଅଛି।
3ମୋହର ପ୍ରାଣ ମଧ୍ୟ ଅତ୍ୟନ୍ତ ବ୍ୟାକୁଳ ହେଉଅଛି; ପୁଣି, ତୁମ୍ଭେ, ହେ ସଦାପ୍ରଭୁ, ଆଉ କେତେ କାଳ ?
4ହେ ସଦାପ୍ରଭୁ, ଫେର, ମୋ’ ପ୍ରାଣକୁ ଉଦ୍ଧାର କର; ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ମୋତେ ପରିତ୍ରାଣ କର।
5କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ ନ ଥାଏ; ପାତାଳରେ କିଏ ତୁମ୍ଭକୁ ଧନ୍ୟବାଦ ଦେବ ?
6ମୁଁ ଆପଣା କାତରୋକ୍ତିରେ କ୍ଳାନ୍ତ ହୋଇଅଛି; ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ, ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ।
7ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ; ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ।
8ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋ’ ରୋଦନର ରବ ଶୁଣିଅଛନ୍ତି।
9ସଦାପ୍ରଭୁ ମୋହର ନିବେଦନ ଶୁଣିଅଛନ୍ତି; ସଦାପ୍ରଭୁ ମୋହର ପ୍ରାର୍ଥନା ଗ୍ରହଣ କରିବେ।

Read ଗୀତସଂହିତା 6ଗୀତସଂହିତା 6
Compare ଗୀତସଂହିତା 6:2-9ଗୀତସଂହିତା 6:2-9