3ମୋହର ପ୍ରାଣ ମଧ୍ୟ ଅତ୍ୟନ୍ତ ବ୍ୟାକୁଳ ହେଉଅଛି; ପୁଣି, ତୁମ୍ଭେ, ହେ ସଦାପ୍ରଭୁ, ଆଉ କେତେ କାଳ ?
4ହେ ସଦାପ୍ରଭୁ, ଫେର, ମୋ’ ପ୍ରାଣକୁ ଉଦ୍ଧାର କର; ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ମୋତେ ପରିତ୍ରାଣ କର।
5କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ ନ ଥାଏ; ପାତାଳରେ କିଏ ତୁମ୍ଭକୁ ଧନ୍ୟବାଦ ଦେବ ?
6ମୁଁ ଆପଣା କାତରୋକ୍ତିରେ କ୍ଳାନ୍ତ ହୋଇଅଛି; ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ, ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ।
7ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ; ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ।