Text copied!
Bibles in Odia

ଗୀତସଂହିତା 71:11-17 in Odia

Help us?

ଗୀତସଂହିତା 71:11-17 in ଓଡିଆ ବାଇବେଲ

11 “ପରମେଶ୍ୱର ତାହାକୁ ପରିତ୍ୟାଗ କରିଅଛନ୍ତି, ପଛେ ପଛେ ଗୋଡ଼ାଇ ତାହାକୁ ଧର; କାରଣ ଉଦ୍ଧାର କରିବାକୁ କେହି ନାହିଁ।”
12 ହେ ପରମେଶ୍ୱର, ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ପରମେଶ୍ୱର, ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ।
13 ମୋ’ ପ୍ରାଣର ବିପକ୍ଷମାନେ ଲଜ୍ଜିତ ଓ ଉଚ୍ଛିନ୍ନ ହେଉନ୍ତୁ; ଯେଉଁମାନେ ମୋହର କ୍ଷତି ଚେଷ୍ଟା କରନ୍ତି, ସେମାନେ ନିନ୍ଦା ଓ ଅପମାନରେ ଆଚ୍ଛନ୍ନ ହେଉନ୍ତୁ।
14 ମାତ୍ର ମୁଁ ନିରନ୍ତର ଭରସା କରିବି, ପୁଣି, ଆହୁରି ଆହୁରି ତୁମ୍ଭର ପ୍ରଶଂସା କରିବି।
15 ମୋହର ମୁଖ ସାରାଦିନ ତୁମ୍ଭର ଧର୍ମ ଓ ତୁମ୍ଭର ପରିତ୍ରାଣ ବର୍ଣ୍ଣନା କରିବ; କାରଣ ମୁଁ ତହିଁର ସଂଖ୍ୟା ଜାଣେ ନାହିଁ।
16 ମୁଁ ପ୍ରଭୁ, ସଦାପ୍ରଭୁଙ୍କ ପରାକ୍ରମର ସକଳ କ୍ରିୟା ସହିତ ଉପସ୍ଥିତ ହେବି। ମୁଁ ତୁମ୍ଭର, କେବଳ ତୁମ୍ଭର ଧର୍ମ ବିଷୟ ବର୍ଣ୍ଣନା କରିବି।
17 ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳଠାରୁ ଶିକ୍ଷା ଦେଇ ଆସୁଅଛ; ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ପ୍ରଚାର କରିଅଛି।
ଗୀତସଂହିତା 71 in ଓଡିଆ ବାଇବେଲ