Text copied!
Bibles in Odia

ଗୀତସଂହିତା 71:15-19 in Odia

Help us?

ଗୀତସଂହିତା 71:15-19 in ଓଡିଆ ବାଇବେଲ

15 ମୋହର ମୁଖ ସାରାଦିନ ତୁମ୍ଭର ଧର୍ମ ଓ ତୁମ୍ଭର ପରିତ୍ରାଣ ବର୍ଣ୍ଣନା କରିବ; କାରଣ ମୁଁ ତହିଁର ସଂଖ୍ୟା ଜାଣେ ନାହିଁ।
16 ମୁଁ ପ୍ରଭୁ, ସଦାପ୍ରଭୁଙ୍କ ପରାକ୍ରମର ସକଳ କ୍ରିୟା ସହିତ ଉପସ୍ଥିତ ହେବି। ମୁଁ ତୁମ୍ଭର, କେବଳ ତୁମ୍ଭର ଧର୍ମ ବିଷୟ ବର୍ଣ୍ଣନା କରିବି।
17 ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳଠାରୁ ଶିକ୍ଷା ଦେଇ ଆସୁଅଛ; ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ପ୍ରଚାର କରିଅଛି।
18 ହେ ପରମେଶ୍ୱର, ମୁଁ ଆସନ୍ତା ପିଢ଼ି ନିକଟରେ ତୁମ୍ଭର ବାହୁବଳ, ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ଓ ପକ୍ୱକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ।
19 ହେ ପରମେଶ୍ୱର, ମହତ କାର୍ଯ୍ୟମାନ ସାଧନ କରିଅଛ ଯେ ତୁମ୍ଭେ, ତୁମ୍ଭର ଧର୍ମ ଅତି ଉଚ୍ଚ; ହେ ପରମେଶ୍ୱର, ତୁମ୍ଭ ତୁଲ୍ୟ କିଏ ଅଛି ?
ଗୀତସଂହିତା 71 in ଓଡିଆ ବାଇବେଲ