15ମୋହର ମୁଖ ସାରାଦିନ ତୁମ୍ଭର ଧର୍ମ ଓ ତୁମ୍ଭର ପରିତ୍ରାଣ ବର୍ଣ୍ଣନା କରିବ; କାରଣ ମୁଁ ତହିଁର ସଂଖ୍ୟା ଜାଣେ ନାହିଁ।
16ମୁଁ ପ୍ରଭୁ, ସଦାପ୍ରଭୁଙ୍କ ପରାକ୍ରମର ସକଳ କ୍ରିୟା ସହିତ ଉପସ୍ଥିତ ହେବି। ମୁଁ ତୁମ୍ଭର, କେବଳ ତୁମ୍ଭର ଧର୍ମ ବିଷୟ ବର୍ଣ୍ଣନା କରିବି।
17ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳଠାରୁ ଶିକ୍ଷା ଦେଇ ଆସୁଅଛ; ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ପ୍ରଚାର କରିଅଛି।
18ହେ ପରମେଶ୍ୱର, ମୁଁ ଆସନ୍ତା ପିଢ଼ି ନିକଟରେ ତୁମ୍ଭର ବାହୁବଳ, ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ଓ ପକ୍ୱକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ।
19ହେ ପରମେଶ୍ୱର, ମହତ କାର୍ଯ୍ୟମାନ ସାଧନ କରିଅଛ ଯେ ତୁମ୍ଭେ, ତୁମ୍ଭର ଧର୍ମ ଅତି ଉଚ୍ଚ; ହେ ପରମେଶ୍ୱର, ତୁମ୍ଭ ତୁଲ୍ୟ କିଏ ଅଛି ?
20ଆମ୍ଭମାନଙ୍କୁ ଅନେକ ଓ ଦାରୁଣ କ୍ଳେଶ ଦେଖାଇଅଛ ଯେ ତୁମ୍ଭେ, ତୁମ୍ଭେ ଆମ୍ଭମାନଙ୍କୁ ପୁନର୍ବାର ସଜୀବ କରିବ ଓ ପୃଥିବୀର ଗଭୀର ସ୍ଥାନରୁ ପୁନର୍ବାର ଉଠାଇ ଆଣିବ।
21ତୁମ୍ଭେ ମୋହର ମହତ୍ତ୍ୱ ବଢ଼ାଅ ଓ ଫେରି ମୋତେ ସାନ୍ତ୍ୱନା ଦିଅ।