Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 71

ଗୀତସଂହିତା 71:18-24

Help us?
Click on verse(s) to share them!
18ହେ ପରମେଶ୍ୱର, ମୁଁ ଆସନ୍ତା ପିଢ଼ି ନିକଟରେ ତୁମ୍ଭର ବାହୁବଳ, ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ଓ ପକ୍ୱକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ।
19ହେ ପରମେଶ୍ୱର, ମହତ କାର୍ଯ୍ୟମାନ ସାଧନ କରିଅଛ ଯେ ତୁମ୍ଭେ, ତୁମ୍ଭର ଧର୍ମ ଅତି ଉଚ୍ଚ; ହେ ପରମେଶ୍ୱର, ତୁମ୍ଭ ତୁଲ୍ୟ କିଏ ଅଛି ?
20ଆମ୍ଭମାନଙ୍କୁ ଅନେକ ଓ ଦାରୁଣ କ୍ଳେଶ ଦେଖାଇଅଛ ଯେ ତୁମ୍ଭେ, ତୁମ୍ଭେ ଆମ୍ଭମାନଙ୍କୁ ପୁନର୍ବାର ସଜୀବ କରିବ ଓ ପୃଥିବୀର ଗଭୀର ସ୍ଥାନରୁ ପୁନର୍ବାର ଉଠାଇ ଆଣିବ।
21ତୁମ୍ଭେ ମୋହର ମହତ୍ତ୍ୱ ବଢ଼ାଅ ଓ ଫେରି ମୋତେ ସାନ୍ତ୍ୱନା ଦିଅ।
22ହେ ମୋହର ପରମେଶ୍ୱର, ମୁଁ ନେବଲ ଯନ୍ତ୍ରରେ, ମଧ୍ୟ ତୁମ୍ଭର, ଅର୍ଥାତ୍‍, ତୁମ୍ଭ ସତ୍ୟତାର ପ୍ରଶଂସା କରିବି; ହେ ଇସ୍ରାଏଲର ଧର୍ମସ୍ୱରୂପ, ମୁଁ ବୀଣା ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
23ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ବେଳେ ମୋହର ଓଷ୍ଠାଧର ଓ ତୁମ୍ଭ ଦ୍ୱାରା ମୁକ୍ତ ମୋହର ପ୍ରାଣ ଅତିଶୟ ଆହ୍ଲାଦ କରିବ।
24ମୋହର ଜିହ୍ୱା ମଧ୍ୟ ସାରାଦିନ ତୁମ୍ଭ ଧର୍ମ ବିଷୟ କହିବ; କାରଣ ମୋହର ଅନିଷ୍ଟ ଚେଷ୍ଟାକାରୀମାନେ ଲଜ୍ଜିତ ଓ ହତାଶ ହୋଇଅଛନ୍ତି।

Read ଗୀତସଂହିତା 71ଗୀତସଂହିତା 71
Compare ଗୀତସଂହିତା 71:18-24ଗୀତସଂହିତା 71:18-24