19ହେ ପରମେଶ୍ୱର, ମହତ କାର୍ଯ୍ୟମାନ ସାଧନ କରିଅଛ ଯେ ତୁମ୍ଭେ, ତୁମ୍ଭର ଧର୍ମ ଅତି ଉଚ୍ଚ; ହେ ପରମେଶ୍ୱର, ତୁମ୍ଭ ତୁଲ୍ୟ କିଏ ଅଛି ?
20ଆମ୍ଭମାନଙ୍କୁ ଅନେକ ଓ ଦାରୁଣ କ୍ଳେଶ ଦେଖାଇଅଛ ଯେ ତୁମ୍ଭେ, ତୁମ୍ଭେ ଆମ୍ଭମାନଙ୍କୁ ପୁନର୍ବାର ସଜୀବ କରିବ ଓ ପୃଥିବୀର ଗଭୀର ସ୍ଥାନରୁ ପୁନର୍ବାର ଉଠାଇ ଆଣିବ।
21ତୁମ୍ଭେ ମୋହର ମହତ୍ତ୍ୱ ବଢ଼ାଅ ଓ ଫେରି ମୋତେ ସାନ୍ତ୍ୱନା ଦିଅ।
22ହେ ମୋହର ପରମେଶ୍ୱର, ମୁଁ ନେବଲ ଯନ୍ତ୍ରରେ, ମଧ୍ୟ ତୁମ୍ଭର, ଅର୍ଥାତ୍, ତୁମ୍ଭ ସତ୍ୟତାର ପ୍ରଶଂସା କରିବି; ହେ ଇସ୍ରାଏଲର ଧର୍ମସ୍ୱରୂପ, ମୁଁ ବୀଣା ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।