3 ଯେଉଁଠାକୁ ମୁଁ ନିତ୍ୟ ଯାଇପାରେ, ତୁମ୍ଭେ ମୋ’ ପ୍ରତି ସେରୂପ ବସତିର ଶୈଳ ସ୍ୱରୂପ ହୁଅ; ତୁମ୍ଭେ ମୋତେ ପରିତ୍ରାଣ କରିବା ପାଇଁ ଆଜ୍ଞା ଦେଇଅଛ; କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ।
4 ହେ ମୋହର ପରମେଶ୍ୱର, ଦୁଷ୍ଟଲୋକ ହସ୍ତରୁ, ଅନ୍ୟାୟକାରୀ ଓ ନିର୍ଦ୍ଦୟ ଲୋକ ହସ୍ତରୁ ମୋତେ ରକ୍ଷା କର।
5 କାରଣ ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ହିଁ ମୋହର ଭରସା; ମୋ’ ବାଲ୍ୟକାଳରୁ ତୁମ୍ଭେ ମୋହର ବିଶ୍ୱାସଭୂମି।
6 ଗର୍ଭରୁ ତୁମ୍ଭ ଉପରେ ମୋହର ଭାର ଅଛି; ମାତାର ଉଦରରୁ ତୁମ୍ଭେ ହିଁ ମୋତେ ନେଇଅଛ; ତୁମ୍ଭ ବିଷୟରେ ନିତ୍ୟ ମୋହର ପ୍ରଶଂସା ହେବ।
7 ମୁଁ ଅନେକଙ୍କ ପ୍ରତି ଆଶ୍ଚର୍ଯ୍ୟ ବିଷୟ ସ୍ୱରୂପ; ମାତ୍ର ତୁମ୍ଭେ ମୋହର ଦୃଢ଼ ଆଶ୍ରୟ।
8 ମୋହର ମୁଖ ତୁମ୍ଭ ପ୍ରଶଂସାରେ ଓ ସାରାଦିନ ତୁମ୍ଭ ଗୌରବ ବର୍ଣ୍ଣନାରେ ପରିପୂର୍ଣ୍ଣ ହେବ।
9 ବୃଦ୍ଧାବସ୍ଥାରେ ମୋତେ ପରିତ୍ୟାଗ କର ନାହିଁ; ମୋହର ବଳ କ୍ଷୀଣ ହେବା ସମୟରେ ମୋତେ ଛାଡ଼ ନାହିଁ।
10 କାରଣ ମୋହର ଶତ୍ରୁଗଣ ମୋ’ ବିଷୟରେ କଥା କହନ୍ତି ଓ ମୋ’ ପ୍ରାଣ ପାଇଁ ଜଗିବା ଲୋକମାନେ ଏକତ୍ର ମନ୍ତ୍ରଣା କରି କହନ୍ତି ଯେ,
11 “ପରମେଶ୍ୱର ତାହାକୁ ପରିତ୍ୟାଗ କରିଅଛନ୍ତି, ପଛେ ପଛେ ଗୋଡ଼ାଇ ତାହାକୁ ଧର; କାରଣ ଉଦ୍ଧାର କରିବାକୁ କେହି ନାହିଁ।”
12 ହେ ପରମେଶ୍ୱର, ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ପରମେଶ୍ୱର, ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ।