8ମୋହର ମୁଖ ତୁମ୍ଭ ପ୍ରଶଂସାରେ ଓ ସାରାଦିନ ତୁମ୍ଭ ଗୌରବ ବର୍ଣ୍ଣନାରେ ପରିପୂର୍ଣ୍ଣ ହେବ।
9ବୃଦ୍ଧାବସ୍ଥାରେ ମୋତେ ପରିତ୍ୟାଗ କର ନାହିଁ; ମୋହର ବଳ କ୍ଷୀଣ ହେବା ସମୟରେ ମୋତେ ଛାଡ଼ ନାହିଁ।
10କାରଣ ମୋହର ଶତ୍ରୁଗଣ ମୋ’ ବିଷୟରେ କଥା କହନ୍ତି ଓ ମୋ’ ପ୍ରାଣ ପାଇଁ ଜଗିବା ଲୋକମାନେ ଏକତ୍ର ମନ୍ତ୍ରଣା କରି କହନ୍ତି ଯେ,
11“ପରମେଶ୍ୱର ତାହାକୁ ପରିତ୍ୟାଗ କରିଅଛନ୍ତି, ପଛେ ପଛେ ଗୋଡ଼ାଇ ତାହାକୁ ଧର; କାରଣ ଉଦ୍ଧାର କରିବାକୁ କେହି ନାହିଁ।”
12ହେ ପରମେଶ୍ୱର, ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ପରମେଶ୍ୱର, ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ।
13ମୋ’ ପ୍ରାଣର ବିପକ୍ଷମାନେ ଲଜ୍ଜିତ ଓ ଉଚ୍ଛିନ୍ନ ହେଉନ୍ତୁ; ଯେଉଁମାନେ ମୋହର କ୍ଷତି ଚେଷ୍ଟା କରନ୍ତି, ସେମାନେ ନିନ୍ଦା ଓ ଅପମାନରେ ଆଚ୍ଛନ୍ନ ହେଉନ୍ତୁ।
14ମାତ୍ର ମୁଁ ନିରନ୍ତର ଭରସା କରିବି, ପୁଣି, ଆହୁରି ଆହୁରି ତୁମ୍ଭର ପ୍ରଶଂସା କରିବି।
15ମୋହର ମୁଖ ସାରାଦିନ ତୁମ୍ଭର ଧର୍ମ ଓ ତୁମ୍ଭର ପରିତ୍ରାଣ ବର୍ଣ୍ଣନା କରିବ; କାରଣ ମୁଁ ତହିଁର ସଂଖ୍ୟା ଜାଣେ ନାହିଁ।