Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 72

ଗୀତସଂହିତା 72:13-19

Help us?
Click on verse(s) to share them!
13ସେ ଦରିଦ୍ର ଓ ଦୀନହୀନ ପ୍ରତି ଦୟା କରିବେ ଓ ସେ ଦୀନହୀନମାନଙ୍କର ପ୍ରାଣ ଉଦ୍ଧାର କରିବେ।
14ସେ ଉପଦ୍ରବ ଓ ଦୌରାତ୍ମ୍ୟରୁ ସେମାନଙ୍କର ପ୍ରାଣ ମୁକ୍ତ କରିବେ; ପୁଣି, ତାହାଙ୍କ ଦୃଷ୍ଟିରେ ସେମାନଙ୍କ ଜୀବନ ବହୁମୂଲ୍ୟ ହେବ।
15ଆଉ, ସେମାନେ ଜୀବିତ ରହିବେ ଓ ତାହାଙ୍କୁ ଶିବାର ସୁବର୍ଣ୍ଣ ଦତ୍ତ ହେବ; ଲୋକମାନେ ନିରନ୍ତର ତାହାଙ୍କ ପାଇଁ ପ୍ରାର୍ଥନା କରିବେ। ସେମାନେ ସାରାଦିନ ତାହାଙ୍କର ଧନ୍ୟବାଦ କରିବେ।
16ଦେଶ ମଧ୍ୟରେ ପର୍ବତଗଣର ଶିଖରରେ ପ୍ରଚୁର ଶସ୍ୟ ହେବ; ତହିଁର ଫଳ ଲିବାନୋନ ତୁଲ୍ୟ ହଲିବ; ପୁଣି, ନଗରବାସୀମାନେ ପୃଥିବୀର ତୃଣ ତୁଲ୍ୟ ବର୍ଦ୍ଧିଷ୍ଣୁ ହେବେ।
17ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।
18ସଦାପ୍ରଭୁ ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ, କେବଳ ସେ ଆଶ୍ଚର୍ଯ୍ୟ କର୍ମ କରନ୍ତି;
19ପୁଣି, ତାହାଙ୍କର ଗୌରବାନ୍ୱିତ ନାମ ଅନନ୍ତକାଳ ଧନ୍ୟ ହେଉ ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ। ଆମେନ୍‍, ଆମେନ୍‍।

Read ଗୀତସଂହିତା 72ଗୀତସଂହିତା 72
Compare ଗୀତସଂହିତା 72:13-19ଗୀତସଂହିତା 72:13-19