17ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।
18ସଦାପ୍ରଭୁ ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ, କେବଳ ସେ ଆଶ୍ଚର୍ଯ୍ୟ କର୍ମ କରନ୍ତି;
19ପୁଣି, ତାହାଙ୍କର ଗୌରବାନ୍ୱିତ ନାମ ଅନନ୍ତକାଳ ଧନ୍ୟ ହେଉ ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ। ଆମେନ୍, ଆମେନ୍।
20ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନାସକଳ ସମାପ୍ତ।