Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 72

ଗୀତସଂହିତା 72:5-14

Help us?
Click on verse(s) to share them!
5ସୂର୍ଯ୍ୟ ଓ ଚନ୍ଦ୍ର ଥିବାଯାଏ ପୁରୁଷାନୁକ୍ରମେ ଲୋକମାନେ ତୁମ୍ଭଙ୍କୁ ଭୟ କରିବେ।
6କଟାଘାସରେ ବୃଷ୍ଟି ତୁଲ୍ୟ ଓ ଭୂମି-ସେଚନକାରୀ ଜଳଧାରା ତୁଲ୍ୟ ସେ ଓହ୍ଲାଇ ଆସିବେ।
7ତାହାଙ୍କ ସମୟରେ ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେବେ; ପୁଣି, ଚନ୍ଦ୍ର ଲୁପ୍ତ ନୋହିବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ହେବ।
8ମଧ୍ୟ ସେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରିବେ।
9ମରୁଭୂମି-ନିବାସୀ ଲୋକମାନେ ତାହାଙ୍କ ସମ୍ମୁଖରେ ନତ ହେବେ ଓ ତାହାଙ୍କ ଶତ୍ରୁଗଣ ଧୂଳି ଚାଟିବେ।
10ତର୍ଶୀଶର ଓ ଦ୍ୱୀପସମୂହର ରାଜାଗଣ ଦର୍ଶନୀ ଆଣିବେ; ଶିବାର ଓ ସବାର ରାଜାଗଣ ଭେଟୀ ଦାନ କରିବେ।
11ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ; ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ।
12କାରଣ ସେ ଆର୍ତ୍ତନାଦକାରୀ ଦୀନହୀନକୁ ଓ ଅସହାୟ ଦରିଦ୍ରକୁ ଉଦ୍ଧାର କରିବେ।
13ସେ ଦରିଦ୍ର ଓ ଦୀନହୀନ ପ୍ରତି ଦୟା କରିବେ ଓ ସେ ଦୀନହୀନମାନଙ୍କର ପ୍ରାଣ ଉଦ୍ଧାର କରିବେ।
14ସେ ଉପଦ୍ରବ ଓ ଦୌରାତ୍ମ୍ୟରୁ ସେମାନଙ୍କର ପ୍ରାଣ ମୁକ୍ତ କରିବେ; ପୁଣି, ତାହାଙ୍କ ଦୃଷ୍ଟିରେ ସେମାନଙ୍କ ଜୀବନ ବହୁମୂଲ୍ୟ ହେବ।

Read ଗୀତସଂହିତା 72ଗୀତସଂହିତା 72
Compare ଗୀତସଂହିତା 72:5-14ଗୀତସଂହିତା 72:5-14