Text copied!
Bibles in Odia

ଗୀତସଂହିତା 72:5-14 in Odia

Help us?

ଗୀତସଂହିତା 72:5-14 in ଓଡିଆ ବାଇବେଲ

5 ସୂର୍ଯ୍ୟ ଓ ଚନ୍ଦ୍ର ଥିବାଯାଏ ପୁରୁଷାନୁକ୍ରମେ ଲୋକମାନେ ତୁମ୍ଭଙ୍କୁ ଭୟ କରିବେ।
6 କଟାଘାସରେ ବୃଷ୍ଟି ତୁଲ୍ୟ ଓ ଭୂମି-ସେଚନକାରୀ ଜଳଧାରା ତୁଲ୍ୟ ସେ ଓହ୍ଲାଇ ଆସିବେ।
7 ତାହାଙ୍କ ସମୟରେ ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେବେ; ପୁଣି, ଚନ୍ଦ୍ର ଲୁପ୍ତ ନୋହିବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ହେବ।
8 ମଧ୍ୟ ସେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରିବେ।
9 ମରୁଭୂମି-ନିବାସୀ ଲୋକମାନେ ତାହାଙ୍କ ସମ୍ମୁଖରେ ନତ ହେବେ ଓ ତାହାଙ୍କ ଶତ୍ରୁଗଣ ଧୂଳି ଚାଟିବେ।
10 ତର୍ଶୀଶର ଓ ଦ୍ୱୀପସମୂହର ରାଜାଗଣ ଦର୍ଶନୀ ଆଣିବେ; ଶିବାର ଓ ସବାର ରାଜାଗଣ ଭେଟୀ ଦାନ କରିବେ।
11 ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ; ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ।
12 କାରଣ ସେ ଆର୍ତ୍ତନାଦକାରୀ ଦୀନହୀନକୁ ଓ ଅସହାୟ ଦରିଦ୍ରକୁ ଉଦ୍ଧାର କରିବେ।
13 ସେ ଦରିଦ୍ର ଓ ଦୀନହୀନ ପ୍ରତି ଦୟା କରିବେ ଓ ସେ ଦୀନହୀନମାନଙ୍କର ପ୍ରାଣ ଉଦ୍ଧାର କରିବେ।
14 ସେ ଉପଦ୍ରବ ଓ ଦୌରାତ୍ମ୍ୟରୁ ସେମାନଙ୍କର ପ୍ରାଣ ମୁକ୍ତ କରିବେ; ପୁଣି, ତାହାଙ୍କ ଦୃଷ୍ଟିରେ ସେମାନଙ୍କ ଜୀବନ ବହୁମୂଲ୍ୟ ହେବ।
ଗୀତସଂହିତା 72 in ଓଡିଆ ବାଇବେଲ