9ମରୁଭୂମି-ନିବାସୀ ଲୋକମାନେ ତାହାଙ୍କ ସମ୍ମୁଖରେ ନତ ହେବେ ଓ ତାହାଙ୍କ ଶତ୍ରୁଗଣ ଧୂଳି ଚାଟିବେ।
10ତର୍ଶୀଶର ଓ ଦ୍ୱୀପସମୂହର ରାଜାଗଣ ଦର୍ଶନୀ ଆଣିବେ; ଶିବାର ଓ ସବାର ରାଜାଗଣ ଭେଟୀ ଦାନ କରିବେ।
11ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ; ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ।
12କାରଣ ସେ ଆର୍ତ୍ତନାଦକାରୀ ଦୀନହୀନକୁ ଓ ଅସହାୟ ଦରିଦ୍ରକୁ ଉଦ୍ଧାର କରିବେ।
13ସେ ଦରିଦ୍ର ଓ ଦୀନହୀନ ପ୍ରତି ଦୟା କରିବେ ଓ ସେ ଦୀନହୀନମାନଙ୍କର ପ୍ରାଣ ଉଦ୍ଧାର କରିବେ।
14ସେ ଉପଦ୍ରବ ଓ ଦୌରାତ୍ମ୍ୟରୁ ସେମାନଙ୍କର ପ୍ରାଣ ମୁକ୍ତ କରିବେ; ପୁଣି, ତାହାଙ୍କ ଦୃଷ୍ଟିରେ ସେମାନଙ୍କ ଜୀବନ ବହୁମୂଲ୍ୟ ହେବ।
15ଆଉ, ସେମାନେ ଜୀବିତ ରହିବେ ଓ ତାହାଙ୍କୁ ଶିବାର ସୁବର୍ଣ୍ଣ ଦତ୍ତ ହେବ; ଲୋକମାନେ ନିରନ୍ତର ତାହାଙ୍କ ପାଇଁ ପ୍ରାର୍ଥନା କରିବେ। ସେମାନେ ସାରାଦିନ ତାହାଙ୍କର ଧନ୍ୟବାଦ କରିବେ।
16ଦେଶ ମଧ୍ୟରେ ପର୍ବତଗଣର ଶିଖରରେ ପ୍ରଚୁର ଶସ୍ୟ ହେବ; ତହିଁର ଫଳ ଲିବାନୋନ ତୁଲ୍ୟ ହଲିବ; ପୁଣି, ନଗରବାସୀମାନେ ପୃଥିବୀର ତୃଣ ତୁଲ୍ୟ ବର୍ଦ୍ଧିଷ୍ଣୁ ହେବେ।
17ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।