12ଦେଖ, ଏମାନେ ଦୁଷ୍ଟଲୋକ; ପୁଣି, ସେମାନେ ସର୍ବଦା ନିର୍ବିଘ୍ନରେ ଥାଇ ଧନ ବୃଦ୍ଧି କରନ୍ତି।
13ନିଶ୍ଚୟ ମୁଁ ବ୍ୟର୍ଥରେ ଆପଣା ଅନ୍ତଃକରଣ ଶୁଚି କରିଅଛି ଓ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରିଅଛି;
14କାରଣ ମୁଁ ଦିନସାରା ଆଘାତ ଓ ପ୍ରତି ପ୍ରଭାତ ଶାସ୍ତି ପ୍ରାପ୍ତ ହୋଇଅଛି।
15ଏରୂପ କହିବି ବୋଲି ଯଦି ମୁଁ କହିଥା’ନ୍ତି ତେବେ ଦେଖ, ମୁଁ ତୁମ୍ଭ ସନ୍ତାନଗଣର ବଂଶ ପ୍ରତି ବିଶ୍ୱାସଘାତକତା କରିଥା’ନ୍ତି।
16ମୁଁ ତାହା କିରୂପେ ଜାଣିବି ବୋଲି ଭାବନା କଲା ବେଳେ ମୋ’ ପ୍ରତି ତାହା ଅତି କଷ୍ଟକର ହେଲା;
17ଶେଷରେ ମୁଁ ପରମେଶ୍ୱରଙ୍କ ଧର୍ମଧାମକୁ ଗଲି ଓ ସେମାନଙ୍କର ଶେଷଫଳ ବିବେଚନା କଲି।
18ନିଶ୍ଚୟ ତୁମ୍ଭେ ସେମାନଙ୍କୁ ଖସଡ଼ା ସ୍ଥାନରେ ରଖୁଅଛ; ତୁମ୍ଭେ ସେମାନଙ୍କୁ ସର୍ବନାଶରେ ପକାଉଅଛ।
19ସେମାନେ ଏକ ନିମିଷରେ କିପରି ଉଚ୍ଛିନ୍ନ ହୁଅନ୍ତି ! ନାନା ତ୍ରାସରେ ସେମାନେ ନିଃଶେଷ ରୂପେ ସଂହାରିତ ହୁଅନ୍ତି।
20ନିଦ୍ରାରୁ ଜାଗ୍ରତ ହେଲା ଉତ୍ତାରେ ଯେପରି ସ୍ୱପ୍ନ, ସେପରି, ହେ ପ୍ରଭୁ, ତୁମ୍ଭେ ଜାଗ୍ରତ ହେଲେ, ସେମାନଙ୍କ ମୂର୍ତ୍ତିକୁ ତୁଚ୍ଛଜ୍ଞାନ କରିବ।
21ମୋହର ହୃଦୟ ଦୁଃଖିତ ହୋଇଥିଲା ଓ ମୋହର ମର୍ମ ବିଦ୍ଧ ହୋଇଥିଲା।
22ମୁଁ ଏଡ଼େ ମୂର୍ଖ ଓ ଅଜ୍ଞାନ, ମୁଁ ତୁମ୍ଭ ସାକ୍ଷାତରେ ପଶୁ ପରି ଥିଲି।
23ତଥାପି ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ନିରନ୍ତର ଅଛି; ତୁମ୍ଭେ ମୋହର ଦକ୍ଷିଣ ହସ୍ତ ଧରିଅଛ।
24ତୁମ୍ଭେ ନିଜ ମନ୍ତ୍ରଣାରେ ମୋତେ ପଥ ଦେଖାଇବ ଓ ଶେଷରେ ତୁମ୍ଭେ ମୋତେ ଗୌରବରେ ଗ୍ରହଣ କରିବ।
25ସ୍ୱର୍ଗରେ ତୁମ୍ଭ ବିନା ମୋହର ଆଉ କିଏ ଅଛି ? ଓ ଭୂମଣ୍ଡଳରେ ତୁମ୍ଭ ଛଡ଼ା ଆଉ କାହାକୁ ମୁଁ ବାଞ୍ଛା କରୁ ନାହିଁ।