Text copied!
Bibles in Odia

ଗୀତସଂହିତା 73:13-21 in Odia

Help us?

ଗୀତସଂହିତା 73:13-21 in ଓଡିଆ ବାଇବେଲ

13 ନିଶ୍ଚୟ ମୁଁ ବ୍ୟର୍ଥରେ ଆପଣା ଅନ୍ତଃକରଣ ଶୁଚି କରିଅଛି ଓ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରିଅଛି;
14 କାରଣ ମୁଁ ଦିନସାରା ଆଘାତ ଓ ପ୍ରତି ପ୍ରଭାତ ଶାସ୍ତି ପ୍ରାପ୍ତ ହୋଇଅଛି।
15 ଏରୂପ କହିବି ବୋଲି ଯଦି ମୁଁ କହିଥା’ନ୍ତି ତେବେ ଦେଖ, ମୁଁ ତୁମ୍ଭ ସନ୍ତାନଗଣର ବଂଶ ପ୍ରତି ବିଶ୍ୱାସଘାତକତା କରିଥା’ନ୍ତି।
16 ମୁଁ ତାହା କିରୂପେ ଜାଣିବି ବୋଲି ଭାବନା କଲା ବେଳେ ମୋ’ ପ୍ରତି ତାହା ଅତି କଷ୍ଟକର ହେଲା;
17 ଶେଷରେ ମୁଁ ପରମେଶ୍ୱରଙ୍କ ଧର୍ମଧାମକୁ ଗଲି ଓ ସେମାନଙ୍କର ଶେଷଫଳ ବିବେଚନା କଲି।
18 ନିଶ୍ଚୟ ତୁମ୍ଭେ ସେମାନଙ୍କୁ ଖସଡ଼ା ସ୍ଥାନରେ ରଖୁଅଛ; ତୁମ୍ଭେ ସେମାନଙ୍କୁ ସର୍ବନାଶରେ ପକାଉଅଛ।
19 ସେମାନେ ଏକ ନିମିଷରେ କିପରି ଉଚ୍ଛିନ୍ନ ହୁଅନ୍ତି ! ନାନା ତ୍ରାସରେ ସେମାନେ ନିଃଶେଷ ରୂପେ ସଂହାରିତ ହୁଅନ୍ତି।
20 ନିଦ୍ରାରୁ ଜାଗ୍ରତ ହେଲା ଉତ୍ତାରେ ଯେପରି ସ୍ୱପ୍ନ, ସେପରି, ହେ ପ୍ରଭୁ, ତୁମ୍ଭେ ଜାଗ୍ରତ ହେଲେ, ସେମାନଙ୍କ ମୂର୍ତ୍ତିକୁ ତୁଚ୍ଛଜ୍ଞାନ କରିବ।
21 ମୋହର ହୃଦୟ ଦୁଃଖିତ ହୋଇଥିଲା ଓ ମୋହର ମର୍ମ ବିଦ୍ଧ ହୋଇଥିଲା।
ଗୀତସଂହିତା 73 in ଓଡିଆ ବାଇବେଲ