Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 73

ଗୀତସଂହିତା 73:15-21

Help us?
Click on verse(s) to share them!
15ଏରୂପ କହିବି ବୋଲି ଯଦି ମୁଁ କହିଥା’ନ୍ତି ତେବେ ଦେଖ, ମୁଁ ତୁମ୍ଭ ସନ୍ତାନଗଣର ବଂଶ ପ୍ରତି ବିଶ୍ୱାସଘାତକତା କରିଥା’ନ୍ତି।
16ମୁଁ ତାହା କିରୂପେ ଜାଣିବି ବୋଲି ଭାବନା କଲା ବେଳେ ମୋ’ ପ୍ରତି ତାହା ଅତି କଷ୍ଟକର ହେଲା;
17ଶେଷରେ ମୁଁ ପରମେଶ୍ୱରଙ୍କ ଧର୍ମଧାମକୁ ଗଲି ଓ ସେମାନଙ୍କର ଶେଷଫଳ ବିବେଚନା କଲି।
18ନିଶ୍ଚୟ ତୁମ୍ଭେ ସେମାନଙ୍କୁ ଖସଡ଼ା ସ୍ଥାନରେ ରଖୁଅଛ; ତୁମ୍ଭେ ସେମାନଙ୍କୁ ସର୍ବନାଶରେ ପକାଉଅଛ।
19ସେମାନେ ଏକ ନିମିଷରେ କିପରି ଉଚ୍ଛିନ୍ନ ହୁଅନ୍ତି ! ନାନା ତ୍ରାସରେ ସେମାନେ ନିଃଶେଷ ରୂପେ ସଂହାରିତ ହୁଅନ୍ତି।
20ନିଦ୍ରାରୁ ଜାଗ୍ରତ ହେଲା ଉତ୍ତାରେ ଯେପରି ସ୍ୱପ୍ନ, ସେପରି, ହେ ପ୍ରଭୁ, ତୁମ୍ଭେ ଜାଗ୍ରତ ହେଲେ, ସେମାନଙ୍କ ମୂର୍ତ୍ତିକୁ ତୁଚ୍ଛଜ୍ଞାନ କରିବ।
21ମୋହର ହୃଦୟ ଦୁଃଖିତ ହୋଇଥିଲା ଓ ମୋହର ମର୍ମ ବିଦ୍ଧ ହୋଇଥିଲା।

Read ଗୀତସଂହିତା 73ଗୀତସଂହିତା 73
Compare ଗୀତସଂହିତା 73:15-21ଗୀତସଂହିତା 73:15-21