Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 73

ଗୀତସଂହିତା 73:3-17

Help us?
Click on verse(s) to share them!
3କାରଣ ମୁଁ ଦୁଷ୍ଟମାନଙ୍କର ସମୃଦ୍ଧି ଦେଖି ଦାମ୍ଭିକମାନଙ୍କ ପ୍ରତି ଈର୍ଷାନ୍ୱିତ ହେଲି।
4ଯେହେତୁ ସେମାନଙ୍କ ମରଣରେ କୌଣସି ବନ୍ଧନ ନାହିଁ; ମାତ୍ର ସେମାନଙ୍କ ବଳ ଦୃଢ଼ ଥାଏ।
5ସେମାନେ ଅନ୍ୟ ଲୋକଙ୍କ ପରି କଷ୍ଟରେ ପଡ଼ନ୍ତି ନାହିଁ; କିଅବା ଅନ୍ୟ ମନୁଷ୍ୟମାନଙ୍କ ପରି ସେମାନେ ଆଘାତ ପ୍ରାପ୍ତ ହୁଅନ୍ତି ନାହିଁ।
6ଏହେତୁ ଅହଙ୍କାର ସେମାନଙ୍କ ଗଳାର ହାର ସ୍ୱରୂପ ହୁଏ; ଦୌରାତ୍ମ୍ୟ ବସ୍ତ୍ର ପରି ସେମାନଙ୍କୁ ଆଚ୍ଛାଦନ କରେ।
7ମେଦରେ ସେମାନଙ୍କ ଚକ୍ଷୁ ବାହାରି ଉଠେ; ମନର ବାଞ୍ଛା ଅପେକ୍ଷା ସେମାନେ ଅଧିକ ପ୍ରାପ୍ତ ହୁଅନ୍ତି।
8ସେମାନେ ଟାହୁଲି କରନ୍ତି ଓ ଦୁଷ୍ଟତାରେ ଦୌରାତ୍ମ୍ୟ ଉଚ୍ଚାରଣ କରନ୍ତି; ସେମାନେ ଦମ୍ଭ କଥା କହନ୍ତି।
9ସେମାନେ ଆକାଶରେ ଆପଣା ଆପଣା ମୁଖ ରଖିଅଛନ୍ତି ଓ ସେମାନଙ୍କ ଜିହ୍ୱା ପୃଥିବୀରେ ଭ୍ରମଣ କରେ।
10ଏହେତୁ ତାହାର ଲୋକମାନେ ସେଆଡ଼େ ଫେରନ୍ତି; ପୁଣି, ପୂର୍ଣ୍ଣ ପାନପାତ୍ରର ଜଳସବୁ ସେମାନଙ୍କ ଦ୍ୱାରା ନିଗିଡ଼ାଯାଏ।
11ଆଉ, ସେମାନେ କହନ୍ତି, “ପରମେଶ୍ୱର କିପରି ଜାଣିବେ ?” ଓ ସର୍ବୋପରିସ୍ଥଙ୍କର କି ଜ୍ଞାନ ଅଛି ?
12ଦେଖ, ଏମାନେ ଦୁଷ୍ଟଲୋକ; ପୁଣି, ସେମାନେ ସର୍ବଦା ନିର୍ବିଘ୍ନରେ ଥାଇ ଧନ ବୃଦ୍ଧି କରନ୍ତି।
13ନିଶ୍ଚୟ ମୁଁ ବ୍ୟର୍ଥରେ ଆପଣା ଅନ୍ତଃକରଣ ଶୁଚି କରିଅଛି ଓ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରିଅଛି;
14କାରଣ ମୁଁ ଦିନସାରା ଆଘାତ ଓ ପ୍ରତି ପ୍ରଭାତ ଶାସ୍ତି ପ୍ରାପ୍ତ ହୋଇଅଛି।
15ଏରୂପ କହିବି ବୋଲି ଯଦି ମୁଁ କହିଥା’ନ୍ତି ତେବେ ଦେଖ, ମୁଁ ତୁମ୍ଭ ସନ୍ତାନଗଣର ବଂଶ ପ୍ରତି ବିଶ୍ୱାସଘାତକତା କରିଥା’ନ୍ତି।
16ମୁଁ ତାହା କିରୂପେ ଜାଣିବି ବୋଲି ଭାବନା କଲା ବେଳେ ମୋ’ ପ୍ରତି ତାହା ଅତି କଷ୍ଟକର ହେଲା;
17ଶେଷରେ ମୁଁ ପରମେଶ୍ୱରଙ୍କ ଧର୍ମଧାମକୁ ଗଲି ଓ ସେମାନଙ୍କର ଶେଷଫଳ ବିବେଚନା କଲି।

Read ଗୀତସଂହିତା 73ଗୀତସଂହିତା 73
Compare ଗୀତସଂହିତା 73:3-17ଗୀତସଂହିତା 73:3-17