Text copied!
Bibles in Odia

ଗୀତସଂହିତା 73:4-11 in Odia

Help us?

ଗୀତସଂହିତା 73:4-11 in ଓଡିଆ ବାଇବେଲ

4 ଯେହେତୁ ସେମାନଙ୍କ ମରଣରେ କୌଣସି ବନ୍ଧନ ନାହିଁ; ମାତ୍ର ସେମାନଙ୍କ ବଳ ଦୃଢ଼ ଥାଏ।
5 ସେମାନେ ଅନ୍ୟ ଲୋକଙ୍କ ପରି କଷ୍ଟରେ ପଡ଼ନ୍ତି ନାହିଁ; କିଅବା ଅନ୍ୟ ମନୁଷ୍ୟମାନଙ୍କ ପରି ସେମାନେ ଆଘାତ ପ୍ରାପ୍ତ ହୁଅନ୍ତି ନାହିଁ।
6 ଏହେତୁ ଅହଙ୍କାର ସେମାନଙ୍କ ଗଳାର ହାର ସ୍ୱରୂପ ହୁଏ; ଦୌରାତ୍ମ୍ୟ ବସ୍ତ୍ର ପରି ସେମାନଙ୍କୁ ଆଚ୍ଛାଦନ କରେ।
7 ମେଦରେ ସେମାନଙ୍କ ଚକ୍ଷୁ ବାହାରି ଉଠେ; ମନର ବାଞ୍ଛା ଅପେକ୍ଷା ସେମାନେ ଅଧିକ ପ୍ରାପ୍ତ ହୁଅନ୍ତି।
8 ସେମାନେ ଟାହୁଲି କରନ୍ତି ଓ ଦୁଷ୍ଟତାରେ ଦୌରାତ୍ମ୍ୟ ଉଚ୍ଚାରଣ କରନ୍ତି; ସେମାନେ ଦମ୍ଭ କଥା କହନ୍ତି।
9 ସେମାନେ ଆକାଶରେ ଆପଣା ଆପଣା ମୁଖ ରଖିଅଛନ୍ତି ଓ ସେମାନଙ୍କ ଜିହ୍ୱା ପୃଥିବୀରେ ଭ୍ରମଣ କରେ।
10 ଏହେତୁ ତାହାର ଲୋକମାନେ ସେଆଡ଼େ ଫେରନ୍ତି; ପୁଣି, ପୂର୍ଣ୍ଣ ପାନପାତ୍ରର ଜଳସବୁ ସେମାନଙ୍କ ଦ୍ୱାରା ନିଗିଡ଼ାଯାଏ।
11 ଆଉ, ସେମାନେ କହନ୍ତି, “ପରମେଶ୍ୱର କିପରି ଜାଣିବେ ?” ଓ ସର୍ବୋପରିସ୍ଥଙ୍କର କି ଜ୍ଞାନ ଅଛି ?
ଗୀତସଂହିତା 73 in ଓଡିଆ ବାଇବେଲ