5ସେମାନେ ଅନ୍ୟ ଲୋକଙ୍କ ପରି କଷ୍ଟରେ ପଡ଼ନ୍ତି ନାହିଁ; କିଅବା ଅନ୍ୟ ମନୁଷ୍ୟମାନଙ୍କ ପରି ସେମାନେ ଆଘାତ ପ୍ରାପ୍ତ ହୁଅନ୍ତି ନାହିଁ।
6ଏହେତୁ ଅହଙ୍କାର ସେମାନଙ୍କ ଗଳାର ହାର ସ୍ୱରୂପ ହୁଏ; ଦୌରାତ୍ମ୍ୟ ବସ୍ତ୍ର ପରି ସେମାନଙ୍କୁ ଆଚ୍ଛାଦନ କରେ।
7ମେଦରେ ସେମାନଙ୍କ ଚକ୍ଷୁ ବାହାରି ଉଠେ; ମନର ବାଞ୍ଛା ଅପେକ୍ଷା ସେମାନେ ଅଧିକ ପ୍ରାପ୍ତ ହୁଅନ୍ତି।