7ମେଦରେ ସେମାନଙ୍କ ଚକ୍ଷୁ ବାହାରି ଉଠେ; ମନର ବାଞ୍ଛା ଅପେକ୍ଷା ସେମାନେ ଅଧିକ ପ୍ରାପ୍ତ ହୁଅନ୍ତି।
8ସେମାନେ ଟାହୁଲି କରନ୍ତି ଓ ଦୁଷ୍ଟତାରେ ଦୌରାତ୍ମ୍ୟ ଉଚ୍ଚାରଣ କରନ୍ତି; ସେମାନେ ଦମ୍ଭ କଥା କହନ୍ତି।
9ସେମାନେ ଆକାଶରେ ଆପଣା ଆପଣା ମୁଖ ରଖିଅଛନ୍ତି ଓ ସେମାନଙ୍କ ଜିହ୍ୱା ପୃଥିବୀରେ ଭ୍ରମଣ କରେ।
10ଏହେତୁ ତାହାର ଲୋକମାନେ ସେଆଡ଼େ ଫେରନ୍ତି; ପୁଣି, ପୂର୍ଣ୍ଣ ପାନପାତ୍ରର ଜଳସବୁ ସେମାନଙ୍କ ଦ୍ୱାରା ନିଗିଡ଼ାଯାଏ।
11ଆଉ, ସେମାନେ କହନ୍ତି, “ପରମେଶ୍ୱର କିପରି ଜାଣିବେ ?” ଓ ସର୍ବୋପରିସ୍ଥଙ୍କର କି ଜ୍ଞାନ ଅଛି ?
12ଦେଖ, ଏମାନେ ଦୁଷ୍ଟଲୋକ; ପୁଣି, ସେମାନେ ସର୍ବଦା ନିର୍ବିଘ୍ନରେ ଥାଇ ଧନ ବୃଦ୍ଧି କରନ୍ତି।