Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 74

ଗୀତସଂହିତା 74:10-20

Help us?
Click on verse(s) to share them!
10ହେ ପରମେଶ୍ୱର, ବିପକ୍ଷ କେତେ କାଳ ନିନ୍ଦା କରିବ ? ଶତ୍ରୁ କି ସଦାକାଳ ତୁମ୍ଭ ନାମ ନିନ୍ଦା କରିବ ?
11ତୁମ୍ଭେ ଆପଣା ହସ୍ତ, ଆପଣା ଦକ୍ଷିଣ ହସ୍ତ କାହିଁକି ସଂକୋଚି ରଖୁଅଛ ? ଆପଣା ବକ୍ଷଃସ୍ଥଳରୁ ତାହା ବାହାର କରି ସେମାନଙ୍କୁ ସଂହାର କର।
12ତଥାପି ପୃଥିବୀ ମଧ୍ୟରେ ପରିତ୍ରାଣ ସାଧନକାରୀ ପରମେଶ୍ୱର ପୂର୍ବରୁ ଆମ୍ଭର ରାଜା ଅଟନ୍ତି।
13ତୁମ୍ଭେ ଆପଣା ପରାକ୍ରମରେ ସମୁଦ୍ରକୁ ଦୁଇ ଭାଗ କଲ; ତୁମ୍ଭେ ଜଳରେ ନାଗଗଣର ମସ୍ତକ ଭାଙ୍ଗି ପକାଇଲ;
14ତୁମ୍ଭେ ଲିବିୟାଥନର ମସ୍ତକ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲ, ତୁମ୍ଭେ ମରୁଭୂମିର ପଶୁମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦେଲ।
15ତୁମ୍ଭେ ନିର୍ଝର ଓ ପ୍ଲାବନକୁ ବିଭକ୍ତ କଲ; ତୁମ୍ଭେ ମହାନଦୀସବୁ ଶୁଷ୍କ କଲ।
16ଦିବସ ତୁମ୍ଭର, ରାତ୍ରି ହିଁ ତୁମ୍ଭର; ତୁମ୍ଭେ ଦୀପ୍ତି ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ।
17ତୁମ୍ଭେ ପୃଥିବୀର ସମସ୍ତ ସୀମା ସ୍ଥାପନ କରିଅଛ; ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ।
18ହେ ସଦାପ୍ରଭୁ, ଶତ୍ରୁ ଧିକ୍‍କାର କରିଅଛି ଓ ମୂଢ଼ ଗୋଷ୍ଠୀୟମାନେ ତୁମ୍ଭ ନାମର ନିନ୍ଦା କରିଅଛନ୍ତି, ଏହା ସ୍ମରଣ କର।
19ତୁମ୍ଭ ଘୁଘୁର ପ୍ରାଣ ବନ୍ୟ ପଶୁକୁ ସମର୍ପଣ କର ନାହିଁ, ଆପଣା ଦୁଃଖୀ ଲୋକର ପ୍ରାଣ ଚିରକାଳ ବିସ୍ମୃତ ହୁଅ ନାହିଁ।
20ନିୟମ ପ୍ରତି ଦୃଷ୍ଟି ରଖ; କାରଣ ପୃଥିବୀର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ୟର ବସତିରେ ପରିପୂର୍ଣ୍ଣ।

Read ଗୀତସଂହିତା 74ଗୀତସଂହିତା 74
Compare ଗୀତସଂହିତା 74:10-20ଗୀତସଂହିତା 74:10-20