Text copied!
Bibles in Odia

ଗୀତସଂହିତା 74:13-19 in Odia

Help us?

ଗୀତସଂହିତା 74:13-19 in ଓଡିଆ ବାଇବେଲ

13 ତୁମ୍ଭେ ଆପଣା ପରାକ୍ରମରେ ସମୁଦ୍ରକୁ ଦୁଇ ଭାଗ କଲ; ତୁମ୍ଭେ ଜଳରେ ନାଗଗଣର ମସ୍ତକ ଭାଙ୍ଗି ପକାଇଲ;
14 ତୁମ୍ଭେ ଲିବିୟାଥନର ମସ୍ତକ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲ, ତୁମ୍ଭେ ମରୁଭୂମିର ପଶୁମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦେଲ।
15 ତୁମ୍ଭେ ନିର୍ଝର ଓ ପ୍ଲାବନକୁ ବିଭକ୍ତ କଲ; ତୁମ୍ଭେ ମହାନଦୀସବୁ ଶୁଷ୍କ କଲ।
16 ଦିବସ ତୁମ୍ଭର, ରାତ୍ରି ହିଁ ତୁମ୍ଭର; ତୁମ୍ଭେ ଦୀପ୍ତି ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ।
17 ତୁମ୍ଭେ ପୃଥିବୀର ସମସ୍ତ ସୀମା ସ୍ଥାପନ କରିଅଛ; ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ।
18 ହେ ସଦାପ୍ରଭୁ, ଶତ୍ରୁ ଧିକ୍‍କାର କରିଅଛି ଓ ମୂଢ଼ ଗୋଷ୍ଠୀୟମାନେ ତୁମ୍ଭ ନାମର ନିନ୍ଦା କରିଅଛନ୍ତି, ଏହା ସ୍ମରଣ କର।
19 ତୁମ୍ଭ ଘୁଘୁର ପ୍ରାଣ ବନ୍ୟ ପଶୁକୁ ସମର୍ପଣ କର ନାହିଁ, ଆପଣା ଦୁଃଖୀ ଲୋକର ପ୍ରାଣ ଚିରକାଳ ବିସ୍ମୃତ ହୁଅ ନାହିଁ।
ଗୀତସଂହିତା 74 in ଓଡିଆ ବାଇବେଲ