16ଦିବସ ତୁମ୍ଭର, ରାତ୍ରି ହିଁ ତୁମ୍ଭର; ତୁମ୍ଭେ ଦୀପ୍ତି ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ।
17ତୁମ୍ଭେ ପୃଥିବୀର ସମସ୍ତ ସୀମା ସ୍ଥାପନ କରିଅଛ; ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ।
18ହେ ସଦାପ୍ରଭୁ, ଶତ୍ରୁ ଧିକ୍କାର କରିଅଛି ଓ ମୂଢ଼ ଗୋଷ୍ଠୀୟମାନେ ତୁମ୍ଭ ନାମର ନିନ୍ଦା କରିଅଛନ୍ତି, ଏହା ସ୍ମରଣ କର।
19ତୁମ୍ଭ ଘୁଘୁର ପ୍ରାଣ ବନ୍ୟ ପଶୁକୁ ସମର୍ପଣ କର ନାହିଁ, ଆପଣା ଦୁଃଖୀ ଲୋକର ପ୍ରାଣ ଚିରକାଳ ବିସ୍ମୃତ ହୁଅ ନାହିଁ।
20ନିୟମ ପ୍ରତି ଦୃଷ୍ଟି ରଖ; କାରଣ ପୃଥିବୀର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ୟର ବସତିରେ ପରିପୂର୍ଣ୍ଣ।