19ତୁମ୍ଭ ଘୁଘୁର ପ୍ରାଣ ବନ୍ୟ ପଶୁକୁ ସମର୍ପଣ କର ନାହିଁ, ଆପଣା ଦୁଃଖୀ ଲୋକର ପ୍ରାଣ ଚିରକାଳ ବିସ୍ମୃତ ହୁଅ ନାହିଁ।
20ନିୟମ ପ୍ରତି ଦୃଷ୍ଟି ରଖ; କାରଣ ପୃଥିବୀର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ୟର ବସତିରେ ପରିପୂର୍ଣ୍ଣ।
21ଉପଦ୍ରବଗ୍ରସ୍ତ ଲୋକ ଲଜ୍ଜିତ ହୋଇ ଫେରି ନ ଯାଉ ! ଦରିଦ୍ର ଓ ଦୀନହୀନ ତୁମ୍ଭ ନାମର ପ୍ରଶଂସା କରନ୍ତୁ।
22ହେ ପରମେଶ୍ୱର, ଉଠ, ଆପଣାର ବିବାଦ ନିଷ୍ପନ୍ନ କର; ମୂଢ଼ ଲୋକ କିପରି ସାରାଦିନ ତୁମ୍ଭଙ୍କୁ ଧିକ୍କାର କରୁଅଛି, ସ୍ମରଣ କର।