Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 74

ଗୀତସଂହିତା 74:5-13

Help us?
Click on verse(s) to share them!
5ନିବିଡ଼ ଅରଣ୍ୟରେ କୁହ୍ରାଡ଼ି ଉଠାଇବା ଲୋକମାନଙ୍କ ପରି ସେମାନେ ଦେଖା ଗଲେ।
6ପୁଣି, ଏବେ ସେମାନେ ଟାଙ୍ଗିଆ ଓ ହାତୁଡ଼ି ଦ୍ୱାରା ଏକାବେଳେ ତହିଁର ଖୋଦିତ କର୍ମସବୁ ଭାଙ୍ଗି ପକାନ୍ତି।
7ସେମାନେ ତୁମ୍ଭ ଧର୍ମଧାମରେ ଅଗ୍ନି ଲଗାଇ ଅଛନ୍ତି; ସେମାନେ ତୁମ୍ଭ ନାମର ବାସସ୍ଥାନକୁ ଅଶୁଚି କରି ଭୂମିସାତ୍‍ କରିଅଛନ୍ତି।
8ସେମାନେ ମନେ ମନେ କହିଲେ, ଆମ୍ଭେମାନେ ଏକାବେଳେ ସେମାନଙ୍କୁ ଉଚ୍ଛିନ୍ନ କରୁ; ସେମାନେ ଦେଶ ମଧ୍ୟରେ ପରମେଶ୍ୱରଙ୍କର ସକଳ ସମାଗମ-ସ୍ଥାନ ଦଗ୍ଧ କରିଅଛନ୍ତି।
9ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ; କୌଣସି ଭବିଷ୍ୟଦ୍‍ବକ୍ତା ଆଉ ନାହିଁ; କିଅବା ଏପରି କେତେ କାଳ ହେବ, ଏହା ଜାଣିବା ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।
10ହେ ପରମେଶ୍ୱର, ବିପକ୍ଷ କେତେ କାଳ ନିନ୍ଦା କରିବ ? ଶତ୍ରୁ କି ସଦାକାଳ ତୁମ୍ଭ ନାମ ନିନ୍ଦା କରିବ ?
11ତୁମ୍ଭେ ଆପଣା ହସ୍ତ, ଆପଣା ଦକ୍ଷିଣ ହସ୍ତ କାହିଁକି ସଂକୋଚି ରଖୁଅଛ ? ଆପଣା ବକ୍ଷଃସ୍ଥଳରୁ ତାହା ବାହାର କରି ସେମାନଙ୍କୁ ସଂହାର କର।
12ତଥାପି ପୃଥିବୀ ମଧ୍ୟରେ ପରିତ୍ରାଣ ସାଧନକାରୀ ପରମେଶ୍ୱର ପୂର୍ବରୁ ଆମ୍ଭର ରାଜା ଅଟନ୍ତି।
13ତୁମ୍ଭେ ଆପଣା ପରାକ୍ରମରେ ସମୁଦ୍ରକୁ ଦୁଇ ଭାଗ କଲ; ତୁମ୍ଭେ ଜଳରେ ନାଗଗଣର ମସ୍ତକ ଭାଙ୍ଗି ପକାଇଲ;

Read ଗୀତସଂହିତା 74ଗୀତସଂହିତା 74
Compare ଗୀତସଂହିତା 74:5-13ଗୀତସଂହିତା 74:5-13