Text copied!
Bibles in Odia

ଗୀତସଂହିତା 74:7-12 in Odia

Help us?

ଗୀତସଂହିତା 74:7-12 in ଓଡିଆ ବାଇବେଲ

7 ସେମାନେ ତୁମ୍ଭ ଧର୍ମଧାମରେ ଅଗ୍ନି ଲଗାଇ ଅଛନ୍ତି; ସେମାନେ ତୁମ୍ଭ ନାମର ବାସସ୍ଥାନକୁ ଅଶୁଚି କରି ଭୂମିସାତ୍‍ କରିଅଛନ୍ତି।
8 ସେମାନେ ମନେ ମନେ କହିଲେ, ଆମ୍ଭେମାନେ ଏକାବେଳେ ସେମାନଙ୍କୁ ଉଚ୍ଛିନ୍ନ କରୁ; ସେମାନେ ଦେଶ ମଧ୍ୟରେ ପରମେଶ୍ୱରଙ୍କର ସକଳ ସମାଗମ-ସ୍ଥାନ ଦଗ୍ଧ କରିଅଛନ୍ତି।
9 ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ; କୌଣସି ଭବିଷ୍ୟଦ୍‍ବକ୍ତା ଆଉ ନାହିଁ; କିଅବା ଏପରି କେତେ କାଳ ହେବ, ଏହା ଜାଣିବା ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।
10 ହେ ପରମେଶ୍ୱର, ବିପକ୍ଷ କେତେ କାଳ ନିନ୍ଦା କରିବ ? ଶତ୍ରୁ କି ସଦାକାଳ ତୁମ୍ଭ ନାମ ନିନ୍ଦା କରିବ ?
11 ତୁମ୍ଭେ ଆପଣା ହସ୍ତ, ଆପଣା ଦକ୍ଷିଣ ହସ୍ତ କାହିଁକି ସଂକୋଚି ରଖୁଅଛ ? ଆପଣା ବକ୍ଷଃସ୍ଥଳରୁ ତାହା ବାହାର କରି ସେମାନଙ୍କୁ ସଂହାର କର।
12 ତଥାପି ପୃଥିବୀ ମଧ୍ୟରେ ପରିତ୍ରାଣ ସାଧନକାରୀ ପରମେଶ୍ୱର ପୂର୍ବରୁ ଆମ୍ଭର ରାଜା ଅଟନ୍ତି।
ଗୀତସଂହିତା 74 in ଓଡିଆ ବାଇବେଲ