8ସେମାନେ ମନେ ମନେ କହିଲେ, ଆମ୍ଭେମାନେ ଏକାବେଳେ ସେମାନଙ୍କୁ ଉଚ୍ଛିନ୍ନ କରୁ; ସେମାନେ ଦେଶ ମଧ୍ୟରେ ପରମେଶ୍ୱରଙ୍କର ସକଳ ସମାଗମ-ସ୍ଥାନ ଦଗ୍ଧ କରିଅଛନ୍ତି।
9ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ; କୌଣସି ଭବିଷ୍ୟଦ୍ବକ୍ତା ଆଉ ନାହିଁ; କିଅବା ଏପରି କେତେ କାଳ ହେବ, ଏହା ଜାଣିବା ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।
10ହେ ପରମେଶ୍ୱର, ବିପକ୍ଷ କେତେ କାଳ ନିନ୍ଦା କରିବ ? ଶତ୍ରୁ କି ସଦାକାଳ ତୁମ୍ଭ ନାମ ନିନ୍ଦା କରିବ ?
11ତୁମ୍ଭେ ଆପଣା ହସ୍ତ, ଆପଣା ଦକ୍ଷିଣ ହସ୍ତ କାହିଁକି ସଂକୋଚି ରଖୁଅଛ ? ଆପଣା ବକ୍ଷଃସ୍ଥଳରୁ ତାହା ବାହାର କରି ସେମାନଙ୍କୁ ସଂହାର କର।
12ତଥାପି ପୃଥିବୀ ମଧ୍ୟରେ ପରିତ୍ରାଣ ସାଧନକାରୀ ପରମେଶ୍ୱର ପୂର୍ବରୁ ଆମ୍ଭର ରାଜା ଅଟନ୍ତି।
13ତୁମ୍ଭେ ଆପଣା ପରାକ୍ରମରେ ସମୁଦ୍ରକୁ ଦୁଇ ଭାଗ କଲ; ତୁମ୍ଭେ ଜଳରେ ନାଗଗଣର ମସ୍ତକ ଭାଙ୍ଗି ପକାଇଲ;
14ତୁମ୍ଭେ ଲିବିୟାଥନର ମସ୍ତକ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲ, ତୁମ୍ଭେ ମରୁଭୂମିର ପଶୁମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦେଲ।
15ତୁମ୍ଭେ ନିର୍ଝର ଓ ପ୍ଲାବନକୁ ବିଭକ୍ତ କଲ; ତୁମ୍ଭେ ମହାନଦୀସବୁ ଶୁଷ୍କ କଲ।
16ଦିବସ ତୁମ୍ଭର, ରାତ୍ରି ହିଁ ତୁମ୍ଭର; ତୁମ୍ଭେ ଦୀପ୍ତି ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ।