Text copied!
Bibles in Odia

ଗୀତସଂହିତା 74:9-17 in Odia

Help us?

ଗୀତସଂହିତା 74:9-17 in ଓଡିଆ ବାଇବେଲ

9 ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ; କୌଣସି ଭବିଷ୍ୟଦ୍‍ବକ୍ତା ଆଉ ନାହିଁ; କିଅବା ଏପରି କେତେ କାଳ ହେବ, ଏହା ଜାଣିବା ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।
10 ହେ ପରମେଶ୍ୱର, ବିପକ୍ଷ କେତେ କାଳ ନିନ୍ଦା କରିବ ? ଶତ୍ରୁ କି ସଦାକାଳ ତୁମ୍ଭ ନାମ ନିନ୍ଦା କରିବ ?
11 ତୁମ୍ଭେ ଆପଣା ହସ୍ତ, ଆପଣା ଦକ୍ଷିଣ ହସ୍ତ କାହିଁକି ସଂକୋଚି ରଖୁଅଛ ? ଆପଣା ବକ୍ଷଃସ୍ଥଳରୁ ତାହା ବାହାର କରି ସେମାନଙ୍କୁ ସଂହାର କର।
12 ତଥାପି ପୃଥିବୀ ମଧ୍ୟରେ ପରିତ୍ରାଣ ସାଧନକାରୀ ପରମେଶ୍ୱର ପୂର୍ବରୁ ଆମ୍ଭର ରାଜା ଅଟନ୍ତି।
13 ତୁମ୍ଭେ ଆପଣା ପରାକ୍ରମରେ ସମୁଦ୍ରକୁ ଦୁଇ ଭାଗ କଲ; ତୁମ୍ଭେ ଜଳରେ ନାଗଗଣର ମସ୍ତକ ଭାଙ୍ଗି ପକାଇଲ;
14 ତୁମ୍ଭେ ଲିବିୟାଥନର ମସ୍ତକ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲ, ତୁମ୍ଭେ ମରୁଭୂମିର ପଶୁମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦେଲ।
15 ତୁମ୍ଭେ ନିର୍ଝର ଓ ପ୍ଲାବନକୁ ବିଭକ୍ତ କଲ; ତୁମ୍ଭେ ମହାନଦୀସବୁ ଶୁଷ୍କ କଲ।
16 ଦିବସ ତୁମ୍ଭର, ରାତ୍ରି ହିଁ ତୁମ୍ଭର; ତୁମ୍ଭେ ଦୀପ୍ତି ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ।
17 ତୁମ୍ଭେ ପୃଥିବୀର ସମସ୍ତ ସୀମା ସ୍ଥାପନ କରିଅଛ; ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ।
ଗୀତସଂହିତା 74 in ଓଡିଆ ବାଇବେଲ