Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 75

ଗୀତସଂହିତା 75:3-8

Help us?
Click on verse(s) to share them!
3ପୃଥିବୀ ଓ ତନ୍ନିବାସୀ ସମସ୍ତେ ତରଳି ଯାଉଅଛନ୍ତି; ଆମ୍ଭେ ତହିଁର ସ୍ତମ୍ଭସକଳ ସ୍ଥାପନ କରିଅଛୁ। ସେଲା
4ଆମ୍ଭେ ଗର୍ବୀକୁ କହିଲୁ, “ଗର୍ବାଚରଣ କର ନାହିଁ,” ଆମ୍ଭେ ଦୁଷ୍ଟକୁ କହିଲୁ, “ଶୃଙ୍ଗ ଉଠାଅ ନାହିଁ;
5ତୁମ୍ଭମାନଙ୍କ ଶୃଙ୍ଗ ଊର୍ଦ୍ଧ୍ୱକୁ ଉଠାଅ ନାହିଁ; ଶକ୍ତଗ୍ରୀବ ହୋଇ କଥା କୁହ ନାହିଁ।”
6କାରଣ ପୂର୍ବ ଦିଗରୁ, କିମ୍ବା ପଶ୍ଚିମ ଦିଗରୁ, କିଅବା ଦକ୍ଷିଣ ଦିଗରୁ ଉନ୍ନତି ଆସେ ନାହିଁ।
7ମାତ୍ର ପରମେଶ୍ୱର ବିଚାରକର୍ତ୍ତା ଅଟନ୍ତି; ସେ ଏକକୁ ଅବନତ ଓ ଅନ୍ୟକୁ ଉନ୍ନତ କରନ୍ତି।
8ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି ଓ ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି; ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳି ଦିଅନ୍ତି; ନିଶ୍ଚୟ ପୃଥିବୀର ଦୁଷ୍ଟଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ।

Read ଗୀତସଂହିତା 75ଗୀତସଂହିତା 75
Compare ଗୀତସଂହିତା 75:3-8ଗୀତସଂହିତା 75:3-8