Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା

ଗୀତସଂହିତା 76

Help us?
Click on verse(s) to share them!
1ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ; ତାରଯୁକ୍ତ ବାଦ୍ୟଯନ୍ତ୍ରରେ ଆସଫର ଗୀତ। ପରମେଶ୍ୱର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି; ଇସ୍ରାଏଲ ମଧ୍ୟରେ ତାହାଙ୍କ ନାମ ମହତ।
2ମଧ୍ୟ ଶାଲେମ୍‍ରେ ତାହାଙ୍କର ଆବାସ ଓ ସିୟୋନରେ ତାହାଙ୍କର ବାସସ୍ଥାନ।
3ସେଠାରେ ସେ ଧନୁତୀରସବୁ, ଢାଲ, ଖଡ୍ଗ ଓ ଯୁଦ୍ଧ ଭଙ୍ଗ କଲେ। ସେଲା
4ମୃଗୟାର ପର୍ବତଗଣଠାରୁ ତୁମ୍ଭେ ତେଜୋମୟ ଓ ମହିମାନ୍ୱିତ।
5ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, ସେମାନେ ନିଦ୍ରାରେ ନିଦ୍ରିତ ହୋଇଅଛନ୍ତି; ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ।
6ହେ ଯାକୁବର ପରମେଶ୍ୱର, ତୁମ୍ଭ ତର୍ଜ୍ଜନରେ ରଥ ଓ ଅଶ୍ୱ ମହାନିଦ୍ରିତ ହୋଇଅଛନ୍ତି।
7ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୋଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ ?
8ତୁମ୍ଭେ ସ୍ୱର୍ଗରୁ ବିଚାରାଜ୍ଞା ଶୁଣାଇଲ; ପରମେଶ୍ୱର ପୃଥିବୀର ନମ୍ର ଲୋକମାନଙ୍କୁ ପରିତ୍ରାଣ କରିବା ପାଇଁ
9ବିଚାର କରିବାକୁ ଉଠିବା ବେଳେ ପୃଥିବୀ ଭୀତ ଓ ନୀରବ ହେଲା। ସେଲା
10ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ।
11ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର; ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ।
12ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି; ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି।