2ମଧ୍ୟ ଶାଲେମ୍ରେ ତାହାଙ୍କର ଆବାସ ଓ ସିୟୋନରେ ତାହାଙ୍କର ବାସସ୍ଥାନ।
3ସେଠାରେ ସେ ଧନୁତୀରସବୁ, ଢାଲ, ଖଡ୍ଗ ଓ ଯୁଦ୍ଧ ଭଙ୍ଗ କଲେ। ସେଲା
4ମୃଗୟାର ପର୍ବତଗଣଠାରୁ ତୁମ୍ଭେ ତେଜୋମୟ ଓ ମହିମାନ୍ୱିତ।
5ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, ସେମାନେ ନିଦ୍ରାରେ ନିଦ୍ରିତ ହୋଇଅଛନ୍ତି; ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ।
6ହେ ଯାକୁବର ପରମେଶ୍ୱର, ତୁମ୍ଭ ତର୍ଜ୍ଜନରେ ରଥ ଓ ଅଶ୍ୱ ମହାନିଦ୍ରିତ ହୋଇଅଛନ୍ତି।
7ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୋଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ ?
8ତୁମ୍ଭେ ସ୍ୱର୍ଗରୁ ବିଚାରାଜ୍ଞା ଶୁଣାଇଲ; ପରମେଶ୍ୱର ପୃଥିବୀର ନମ୍ର ଲୋକମାନଙ୍କୁ ପରିତ୍ରାଣ କରିବା ପାଇଁ
9ବିଚାର କରିବାକୁ ଉଠିବା ବେଳେ ପୃଥିବୀ ଭୀତ ଓ ନୀରବ ହେଲା। ସେଲା
10ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ।