7ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୋଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ ?
8ତୁମ୍ଭେ ସ୍ୱର୍ଗରୁ ବିଚାରାଜ୍ଞା ଶୁଣାଇଲ; ପରମେଶ୍ୱର ପୃଥିବୀର ନମ୍ର ଲୋକମାନଙ୍କୁ ପରିତ୍ରାଣ କରିବା ପାଇଁ
9ବିଚାର କରିବାକୁ ଉଠିବା ବେଳେ ପୃଥିବୀ ଭୀତ ଓ ନୀରବ ହେଲା। ସେଲା
10ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ।
11ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର; ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ।
12ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି; ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି।