Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 77

ଗୀତସଂହିତା 77:10-16

Help us?
Click on verse(s) to share them!
10ତହୁଁ ମୁଁ କହିଲି, “ଏହା ହିଁ ମୋହର ଦୁର୍ବଳତା; ମାତ୍ର ମୁଁ ସର୍ବୋପରିସ୍ଥଙ୍କ ଦକ୍ଷିଣ ହସ୍ତର ବର୍ଷସକଳ ସ୍ମରଣ କରିବି।”
11ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି; ମୁଁ ପୂର୍ବକାଳର ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାସବୁ ସ୍ମରଣ କରିବି।
12ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି ଓ ତୁମ୍ଭର କ୍ରିୟାସକଳ ଧ୍ୟାନ କରିବି।
13ହେ ପରମେଶ୍ୱର, ତୁମ୍ଭର ପଥ ପବିତ୍ର ଅଟେ; ପରମେଶ୍ୱରଙ୍କ ତୁଲ୍ୟ ମହାନ ପରମେଶ୍ୱର କିଏ ?
14ତୁମ୍ଭେ ଆଶ୍ଚର୍ଯ୍ୟ-କର୍ମକର୍ତ୍ତା ପରମେଶ୍ୱର; ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ।
15ତୁମ୍ଭେ ନିଜ ବାହୁରେ ଆପଣା ଲୋକଙ୍କୁ, ଯାକୁବ ଓ ଯୋଷେଫର ସନ୍ତାନଗଣକୁ ମୁକ୍ତ କରିଅଛ।
16ହେ ପରମେଶ୍ୱର, ସମୁଦ୍ର ତୁମ୍ଭଙ୍କୁ ଦେଖିଲା, ସମୁଦ୍ର ତୁମ୍ଭଙ୍କୁ ଦେଖି ଭୀତ ହେଲା; ମଧ୍ୟ ବାରିଧି କମ୍ପିତ ହେଲା।

Read ଗୀତସଂହିତା 77ଗୀତସଂହିତା 77
Compare ଗୀତସଂହିତା 77:10-16ଗୀତସଂହିତା 77:10-16