16ହେ ପରମେଶ୍ୱର, ସମୁଦ୍ର ତୁମ୍ଭଙ୍କୁ ଦେଖିଲା, ସମୁଦ୍ର ତୁମ୍ଭଙ୍କୁ ଦେଖି ଭୀତ ହେଲା; ମଧ୍ୟ ବାରିଧି କମ୍ପିତ ହେଲା।
17ମେଘମାଳ ଜଳବୃଷ୍ଟି କଲେ, ଆକାଶ ଗର୍ଜ୍ଜନ କଲା; ମଧ୍ୟ ତୁମ୍ଭର ତୀରସବୁ ବ୍ୟାପ୍ତ ହେଲା।
18ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ୱନି ହେଲା; ବିଜୁଳି ଜଗତକୁ ଆଲୁଅମୟ କଲା; ପୃଥିବୀ କମ୍ପିତ ଓ ଥରହର ହେଲା।