Text copied!
Bibles in Odia

ଗୀତସଂହିତା 77:3-18 in Odia

Help us?

ଗୀତସଂହିତା 77:3-18 in ଓଡିଆ ବାଇବେଲ

3 ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି; ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ। ସେଲା
4 ତୁମ୍ଭେ ମୋ’ ଚକ୍ଷୁକୁ ଉଜାଗର କରି ରଖୁଅଛ; ମୁଁ ଏପରି ବ୍ୟାକୁଳ ଯେ, କଥା କହି ପାରୁ ନାହିଁ।
5 ମୁଁ ପୂର୍ବକାଳର ଦିନସବୁ, ପୁରାତନ କାଳର ବର୍ଷସବୁ ଭାବନା କରିଅଛି।
6 ମୁଁ ଆପଣା ରାତ୍ରିକାଳୀନ ଗୀତ ସ୍ମରଣ କରୁଅଛି; ମୁଁ ଆପଣା ମନେ ମନେ ଧ୍ୟାନ କରୁଅଛି; ପୁଣି, ମୋହର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।
7 ପ୍ରଭୁ କ’ଣ ସଦାକାଳ ପରିତ୍ୟାଗ କରିବେ ? ସେ କ’ଣ ଆଉ ସୁପ୍ରସନ୍ନ ହେବେ ନାହିଁ ?
8 ତାହାଙ୍କ ଦୟା କ’ଣ ଚିରକାଳ ଲୁପ୍ତ ହେଲା ? ତାହାଙ୍କ ପ୍ରତିଜ୍ଞା କ’ଣ ଚିରକାଳ ବିଫଳ ହୁଏ ?
9 ପରମେଶ୍ୱର କ’ଣ କୃପାମୟ ହେବାକୁ ପାସୋରି ଅଛନ୍ତି ? ସେ କ’ଣ କ୍ରୋଧରେ ଆପଣା କରୁଣା ରୁଦ୍ଧ କରିଅଛନ୍ତି ? ସେଲା
10 ତହୁଁ ମୁଁ କହିଲି, “ଏହା ହିଁ ମୋହର ଦୁର୍ବଳତା; ମାତ୍ର ମୁଁ ସର୍ବୋପରିସ୍ଥଙ୍କ ଦକ୍ଷିଣ ହସ୍ତର ବର୍ଷସକଳ ସ୍ମରଣ କରିବି।”
11 ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି; ମୁଁ ପୂର୍ବକାଳର ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାସବୁ ସ୍ମରଣ କରିବି।
12 ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି ଓ ତୁମ୍ଭର କ୍ରିୟାସକଳ ଧ୍ୟାନ କରିବି।
13 ହେ ପରମେଶ୍ୱର, ତୁମ୍ଭର ପଥ ପବିତ୍ର ଅଟେ; ପରମେଶ୍ୱରଙ୍କ ତୁଲ୍ୟ ମହାନ ପରମେଶ୍ୱର କିଏ ?
14 ତୁମ୍ଭେ ଆଶ୍ଚର୍ଯ୍ୟ-କର୍ମକର୍ତ୍ତା ପରମେଶ୍ୱର; ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ।
15 ତୁମ୍ଭେ ନିଜ ବାହୁରେ ଆପଣା ଲୋକଙ୍କୁ, ଯାକୁବ ଓ ଯୋଷେଫର ସନ୍ତାନଗଣକୁ ମୁକ୍ତ କରିଅଛ।
16 ହେ ପରମେଶ୍ୱର, ସମୁଦ୍ର ତୁମ୍ଭଙ୍କୁ ଦେଖିଲା, ସମୁଦ୍ର ତୁମ୍ଭଙ୍କୁ ଦେଖି ଭୀତ ହେଲା; ମଧ୍ୟ ବାରିଧି କମ୍ପିତ ହେଲା।
17 ମେଘମାଳ ଜଳବୃଷ୍ଟି କଲେ, ଆକାଶ ଗର୍ଜ୍ଜନ କଲା; ମଧ୍ୟ ତୁମ୍ଭର ତୀରସବୁ ବ୍ୟାପ୍ତ ହେଲା।
18 ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ୱନି ହେଲା; ବିଜୁଳି ଜଗତକୁ ଆଲୁଅମୟ କଲା; ପୃଥିବୀ କମ୍ପିତ ଓ ଥରହର ହେଲା।
ଗୀତସଂହିତା 77 in ଓଡିଆ ବାଇବେଲ