4ତୁମ୍ଭେ ମୋ’ ଚକ୍ଷୁକୁ ଉଜାଗର କରି ରଖୁଅଛ; ମୁଁ ଏପରି ବ୍ୟାକୁଳ ଯେ, କଥା କହି ପାରୁ ନାହିଁ।
5ମୁଁ ପୂର୍ବକାଳର ଦିନସବୁ, ପୁରାତନ କାଳର ବର୍ଷସବୁ ଭାବନା କରିଅଛି।
6ମୁଁ ଆପଣା ରାତ୍ରିକାଳୀନ ଗୀତ ସ୍ମରଣ କରୁଅଛି; ମୁଁ ଆପଣା ମନେ ମନେ ଧ୍ୟାନ କରୁଅଛି; ପୁଣି, ମୋହର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।
7ପ୍ରଭୁ କ’ଣ ସଦାକାଳ ପରିତ୍ୟାଗ କରିବେ ? ସେ କ’ଣ ଆଉ ସୁପ୍ରସନ୍ନ ହେବେ ନାହିଁ ?
8ତାହାଙ୍କ ଦୟା କ’ଣ ଚିରକାଳ ଲୁପ୍ତ ହେଲା ? ତାହାଙ୍କ ପ୍ରତିଜ୍ଞା କ’ଣ ଚିରକାଳ ବିଫଳ ହୁଏ ?