Text copied!
Bibles in Odia

ଗୀତସଂହିତା 78:11-26 in Odia

Help us?

ଗୀତସଂହିତା 78:11-26 in ଓଡିଆ ବାଇବେଲ

11 ସେମାନେ ତାହାଙ୍କ କାର୍ଯ୍ୟସକଳ, ସେମାନଙ୍କ ପ୍ରତି ପ୍ରକାଶିତ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାସକଳ ଭୁଲି ଗଲେ।
12 ସେ ସେମାନଙ୍କ ପିତୃଗଣ ସାକ୍ଷାତରେ ମିସର ଦେଶରେ, ସୋୟନ-ପଦାରେ ନାନା ଆଶ୍ଚର୍ଯ୍ୟ କର୍ମ କଲେ।
13 ସେ ସମୁଦ୍ରକୁ ବିଭକ୍ତ କରି ସେମାନଙ୍କୁ ପାର କରାଇଲେ; ପୁଣି, ସେ ଜଳସମୂହକୁ ରାଶୀ ରୂପେ ଠିଆ କରାଇଲେ।
14 ଦିବସରେ ସେ ମେଘ ଦ୍ୱାରା ଓ ରାତ୍ରିରେ ଅଗ୍ନିତେଜ ଦ୍ୱାରା ସେମାନଙ୍କୁ ପଥ କଢ଼ାଇ ନେଲେ।
15 ପ୍ରାନ୍ତରରେ ସେ ଶୈଳମାନଙ୍କୁ ବିଦୀର୍ଣ୍ଣ କଲେ, ପୁଣି, ଯେପରି ଅଗାଧସ୍ଥଳରୁ, ସେପରି ସେମାନଙ୍କୁ ପ୍ରଚୁର ଜଳ ପାନ କରାଇଲେ।
16 ସେ ଶୈଳରୁ ସ୍ରୋତ ବାହାର କଲେ ଓ ନଦୀ ତୁଲ୍ୟ ଜଳ ବହାଇଲେ।
17 ତଥାପି ସେମାନେ ତାହାଙ୍କ ବିରୁଦ୍ଧରେ ପାପ କରିବାକୁ ଓ ମରୁଭୂମିରେ ସର୍ବୋପରିସ୍ଥଙ୍କ ପ୍ରତିକୂଳରେ ବିଦ୍ରୋହାଚରଣ କରିବାକୁ ନିରସ୍ତ ନୋହିଲେ।
18 ପୁଣି, ସେମାନେ ଆପଣାମାନଙ୍କ ଅଭିଳାଷ ପୂରଣାର୍ଥେ ଭକ୍ଷ୍ୟ ମାଗି ଆପଣା ଆପଣା ମନରେ ପରମେଶ୍ୱରଙ୍କର ପରୀକ୍ଷା କଲେ।
19 ହଁ, ସେମାନେ ପରମେଶ୍ୱରଙ୍କ ପ୍ରତିକୂଳରେ କଥା କହିଲେ; ସେମାନେ କହିଲେ, “ପରମେଶ୍ୱର କି ପ୍ରାନ୍ତରରେ ମେଜ ସଜାଇ ପାରିବେ ?
20 ଦେଖ, ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା ଓ ସ୍ରୋତ ପ୍ରବାହିତ ହେଲା; ସେ କି ଅନ୍ନ ମଧ୍ୟ ଦେଇ ପାରନ୍ତି ? ସେ କି ଆପଣା ଲୋକମାନଙ୍କ ନିମନ୍ତେ ମାଂସ ଯୋଗାଇବେ ?”
21 ଏହେତୁ ସଦାପ୍ରଭୁ ଶୁଣି କୋପାନ୍ୱିତ ହେଲେ ଓ ଯାକୁବ ବିରୁଦ୍ଧରେ ଅଗ୍ନି ପ୍ରଜ୍ୱଳିତ ହେଲା ଓ ଇସ୍ରାଏଲ ବିରୁଦ୍ଧରେ ମଧ୍ୟ କ୍ରୋଧ ଉଠିଲା;
22 କାରଣ ସେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ ଓ ତାହାଙ୍କ ପରିତ୍ରାଣରେ ନିର୍ଭର ରଖିଲେ ନାହିଁ।
23 ତଥାପି ସେ ଉପରିସ୍ଥ ମେଘମାଳକୁ ଆଜ୍ଞା କଲେ ଓ ଆକାଶର ଦ୍ୱାର ମୁକ୍ତ କଲେ।
24 ଆଉ, ସେ ଭୋଜନାର୍ଥେ ସେମାନଙ୍କ ଉପରେ ମାନ୍ନା ବର୍ଷାଇଲେ ଓ ସେମାନଙ୍କୁ ସ୍ୱର୍ଗର ଶସ୍ୟ ପ୍ରଦାନ କଲେ।
25 ପରାକ୍ରମୀଗଣର ଆହାର ମନୁଷ୍ୟ ଭୋଜନ କଲା; ସେ ସେମାନଙ୍କ ତୃପ୍ତି ପର୍ଯ୍ୟନ୍ତ ଭକ୍ଷ୍ୟ ପଠାଇଲେ।
26 ସେ ଆକାଶରେ ପୂର୍ବୀୟ ବାୟୁ ବହାଇଲେ ଓ ନିଜ ପରାକ୍ରମ ଦ୍ୱାରା ଦକ୍ଷିଣ ବାୟୁ ଚଳାଇଲେ।
ଗୀତସଂହିତା 78 in ଓଡିଆ ବାଇବେଲ