Text copied!
Bibles in Odia

ଗୀତସଂହିତା 78:20-41 in Odia

Help us?

ଗୀତସଂହିତା 78:20-41 in ଓଡିଆ ବାଇବେଲ

20 ଦେଖ, ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା ଓ ସ୍ରୋତ ପ୍ରବାହିତ ହେଲା; ସେ କି ଅନ୍ନ ମଧ୍ୟ ଦେଇ ପାରନ୍ତି ? ସେ କି ଆପଣା ଲୋକମାନଙ୍କ ନିମନ୍ତେ ମାଂସ ଯୋଗାଇବେ ?”
21 ଏହେତୁ ସଦାପ୍ରଭୁ ଶୁଣି କୋପାନ୍ୱିତ ହେଲେ ଓ ଯାକୁବ ବିରୁଦ୍ଧରେ ଅଗ୍ନି ପ୍ରଜ୍ୱଳିତ ହେଲା ଓ ଇସ୍ରାଏଲ ବିରୁଦ୍ଧରେ ମଧ୍ୟ କ୍ରୋଧ ଉଠିଲା;
22 କାରଣ ସେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ ଓ ତାହାଙ୍କ ପରିତ୍ରାଣରେ ନିର୍ଭର ରଖିଲେ ନାହିଁ।
23 ତଥାପି ସେ ଉପରିସ୍ଥ ମେଘମାଳକୁ ଆଜ୍ଞା କଲେ ଓ ଆକାଶର ଦ୍ୱାର ମୁକ୍ତ କଲେ।
24 ଆଉ, ସେ ଭୋଜନାର୍ଥେ ସେମାନଙ୍କ ଉପରେ ମାନ୍ନା ବର୍ଷାଇଲେ ଓ ସେମାନଙ୍କୁ ସ୍ୱର୍ଗର ଶସ୍ୟ ପ୍ରଦାନ କଲେ।
25 ପରାକ୍ରମୀଗଣର ଆହାର ମନୁଷ୍ୟ ଭୋଜନ କଲା; ସେ ସେମାନଙ୍କ ତୃପ୍ତି ପର୍ଯ୍ୟନ୍ତ ଭକ୍ଷ୍ୟ ପଠାଇଲେ।
26 ସେ ଆକାଶରେ ପୂର୍ବୀୟ ବାୟୁ ବହାଇଲେ ଓ ନିଜ ପରାକ୍ରମ ଦ୍ୱାରା ଦକ୍ଷିଣ ବାୟୁ ଚଳାଇଲେ।
27 ମଧ୍ୟ ସେ ଧୂଳି ପରି ସେମାନଙ୍କ ଉପରେ ମାଂସ ବର୍ଷାଇଲେ, ପୁଣି, ସମୁଦ୍ରର ବାଲି ପରି ପକ୍ଷୀମାନଙ୍କୁ ବର୍ଷାଇଲେ;
28 ସେ ସେମାନଙ୍କ ଛାଉଣି ମଧ୍ୟରେ, ସେମାନଙ୍କ ଆବାସର ଚତୁର୍ଦ୍ଦିଗରେ ତାହା ବର୍ଷାଇଲେ।
29 ତହିଁରେ ସେମାନେ ଭୋଜନ କରି ପରିତୃପ୍ତ ହେଲେ ଓ ସେ ସେମାନଙ୍କ ଅଭିଳାଷିତ ବିଷୟ ସେମାନଙ୍କୁ ପ୍ରଦାନ କଲେ।
30 ଅଭିଳାଷିତ ବିଷୟରୁ ସେମାନଙ୍କ ସ୍ନେହ ଭଙ୍ଗ ନୋହୁଣୁ, ଖାଦ୍ୟ ସେମାନଙ୍କ ମୁଖରେ ଥାଉ ଥାଉ
31 ପରମେଶ୍ୱରଙ୍କ କ୍ରୋଧ ସେମାନଙ୍କ ପ୍ରତିକୂଳରେ ଉଠିଲା ଓ ସେମାନଙ୍କ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରୁ ବଧ କଲା, ପୁଣି, ଇସ୍ରାଏଲର ଯୁବାଗଣକୁ ସଂହାର କଲା।
32 ଏସବୁ ହେଲେ ହେଁ ସେମାନେ ପୁନର୍ବାର ପାପ କଲେ ଓ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାରେ ବିଶ୍ୱାସ କଲେ ନାହିଁ।
33 ଏହେତୁ ସେ ଅସାରତାରେ ସେମାନଙ୍କ ଦିନ ଓ ଆତଙ୍କରେ ସେମାନଙ୍କ ବର୍ଷସବୁ କ୍ଷେପଣ କରାଇଲେ,
34 ସେ ସେମାନଙ୍କୁ ବଧ କଲା ବେଳେ, ସେମାନେ ତାହାଙ୍କୁ ଖୋଜିଲେ; ଆଉ, ଫେରି ଶୀଘ୍ର ପରମେଶ୍ୱରଙ୍କ ଅନ୍ୱେଷଣ କଲେ।
35 ପରମେଶ୍ୱର ଯେ ସେମାନଙ୍କର ଶୈଳ ଓ ସର୍ବୋପରିସ୍ଥ ପରମେଶ୍ୱର ଯେ ସେମାନଙ୍କର ମୁକ୍ତିକର୍ତ୍ତା, ଏହା ସ୍ମରଣ କଲେ।
36 ମାତ୍ର ସେମାନେ ମୁଖରେ ତାହାଙ୍କର ଚାଟୁବାଦ କଲେ ଓ ଜିହ୍ୱାରେ ତାହାଙ୍କ ନିକଟରେ ମିଥ୍ୟା କହିଲେ।
37 କାରଣ ସେମାନଙ୍କ ଅନ୍ତଃକରଣ ତାହାଙ୍କ ପ୍ରତି ସ୍ଥିର ନ ଥିଲା, କିଅବା ସେମାନେ ତାହାଙ୍କ ନିୟମରେ ବିଶ୍ୱସ୍ତ ନ ଥିଲେ।
38 ମାତ୍ର ସେ ସ୍ନେହଶୀଳ ହେବାରୁ ସେମାନଙ୍କ ଅପରାଧ କ୍ଷମା କରି ସେମାନଙ୍କୁ ଧ୍ୱଂସ କଲେ ନାହିଁ; ପୁଣି, ସେ ଅନେକ ଥର ଆପଣା କ୍ରୋଧ ସମ୍ବରଣ କରି ଆପଣା କୋପ ଉତ୍ତେଜ କଲେ ନାହିଁ।
39 ଆଉ, ସେମାନେ ଯେ ମାଂସମାତ୍ର ଓ ବହିଯାଇ ଫେରି ନ ଆସିବା ବାୟୁ ସ୍ୱରୂପ, ଏହା ସେ ସ୍ମରଣ କଲେ।
40 ସେମାନେ ପ୍ରାନ୍ତର ମଧ୍ୟରେ କେତେ ଥର ତାହାଙ୍କର ବିଦ୍ରୋହୀ ହେଲେ ଓ ମରୁଭୂମିରେ ତାହାଙ୍କୁ ଅସନ୍ତୁଷ୍ଟ କଲେ।
41 ସେମାନେ ପୁନର୍ବାର ବିମୁଖ ହୋଇ ପରମେଶ୍ୱରଙ୍କୁ ପରୀକ୍ଷା କଲେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ବିରକ୍ତ କଲେ।
ଗୀତସଂହିତା 78 in ଓଡିଆ ବାଇବେଲ