Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 78

ଗୀତସଂହିତା 78:31-47

Help us?
Click on verse(s) to share them!
31ପରମେଶ୍ୱରଙ୍କ କ୍ରୋଧ ସେମାନଙ୍କ ପ୍ରତିକୂଳରେ ଉଠିଲା ଓ ସେମାନଙ୍କ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରୁ ବଧ କଲା, ପୁଣି, ଇସ୍ରାଏଲର ଯୁବାଗଣକୁ ସଂହାର କଲା।
32ଏସବୁ ହେଲେ ହେଁ ସେମାନେ ପୁନର୍ବାର ପାପ କଲେ ଓ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାରେ ବିଶ୍ୱାସ କଲେ ନାହିଁ।
33ଏହେତୁ ସେ ଅସାରତାରେ ସେମାନଙ୍କ ଦିନ ଓ ଆତଙ୍କରେ ସେମାନଙ୍କ ବର୍ଷସବୁ କ୍ଷେପଣ କରାଇଲେ,
34ସେ ସେମାନଙ୍କୁ ବଧ କଲା ବେଳେ, ସେମାନେ ତାହାଙ୍କୁ ଖୋଜିଲେ; ଆଉ, ଫେରି ଶୀଘ୍ର ପରମେଶ୍ୱରଙ୍କ ଅନ୍ୱେଷଣ କଲେ।
35ପରମେଶ୍ୱର ଯେ ସେମାନଙ୍କର ଶୈଳ ଓ ସର୍ବୋପରିସ୍ଥ ପରମେଶ୍ୱର ଯେ ସେମାନଙ୍କର ମୁକ୍ତିକର୍ତ୍ତା, ଏହା ସ୍ମରଣ କଲେ।
36ମାତ୍ର ସେମାନେ ମୁଖରେ ତାହାଙ୍କର ଚାଟୁବାଦ କଲେ ଓ ଜିହ୍ୱାରେ ତାହାଙ୍କ ନିକଟରେ ମିଥ୍ୟା କହିଲେ।
37କାରଣ ସେମାନଙ୍କ ଅନ୍ତଃକରଣ ତାହାଙ୍କ ପ୍ରତି ସ୍ଥିର ନ ଥିଲା, କିଅବା ସେମାନେ ତାହାଙ୍କ ନିୟମରେ ବିଶ୍ୱସ୍ତ ନ ଥିଲେ।
38ମାତ୍ର ସେ ସ୍ନେହଶୀଳ ହେବାରୁ ସେମାନଙ୍କ ଅପରାଧ କ୍ଷମା କରି ସେମାନଙ୍କୁ ଧ୍ୱଂସ କଲେ ନାହିଁ; ପୁଣି, ସେ ଅନେକ ଥର ଆପଣା କ୍ରୋଧ ସମ୍ବରଣ କରି ଆପଣା କୋପ ଉତ୍ତେଜ କଲେ ନାହିଁ।
39ଆଉ, ସେମାନେ ଯେ ମାଂସମାତ୍ର ଓ ବହିଯାଇ ଫେରି ନ ଆସିବା ବାୟୁ ସ୍ୱରୂପ, ଏହା ସେ ସ୍ମରଣ କଲେ।
40ସେମାନେ ପ୍ରାନ୍ତର ମଧ୍ୟରେ କେତେ ଥର ତାହାଙ୍କର ବିଦ୍ରୋହୀ ହେଲେ ଓ ମରୁଭୂମିରେ ତାହାଙ୍କୁ ଅସନ୍ତୁଷ୍ଟ କଲେ।
41ସେମାନେ ପୁନର୍ବାର ବିମୁଖ ହୋଇ ପରମେଶ୍ୱରଙ୍କୁ ପରୀକ୍ଷା କଲେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ବିରକ୍ତ କଲେ।
42ସେମାନେ ତାହାଙ୍କର ହସ୍ତ ଓ ଯେଉଁ ଦିନ ସେ ବିପକ୍ଷଠାରୁ ସେମାନଙ୍କୁ ମୁକ୍ତ କଲେ, ସେହି ଦିନ
43ଆଉ, ସେ କିରୂପେ ମିସରରେ ଆପଣା ଚିହ୍ନ ଓ ସୋୟନ-ପଦାରେ ଆପଣାର ଅଦ୍ଭୁତ ଲକ୍ଷଣ ସ୍ଥାପନ କଲେ;
44ପୁଣି, ସେମାନଙ୍କର ନଦୀ ଓ ସ୍ରୋତସବୁ ରକ୍ତମୟ କରିବାରୁ ସେମାନେ ପାନ କରି ପାରିଲେ ନାହିଁ, ଏହାସବୁ ସ୍ମରଣ କଲେ ନାହିଁ।
45ସେ ସେମାନଙ୍କ ମଧ୍ୟକୁ ଦଂଶକ ଝିଙ୍କ ପଠାଇଲେ, ସେସବୁ ସେମାନଙ୍କୁ ଗ୍ରାସ କଲେ ଓ ବେଙ୍ଗ ପଠାଇଲେ, ସେସବୁ ସେମାନଙ୍କୁ ବିନାଶ କଲେ।
46ମଧ୍ୟ ସେ କୀଟକୁ ସେମାନଙ୍କ ଭୂମିର ଫଳ ଓ ପଙ୍ଗପାଳକୁ ସେମାନଙ୍କ ପରିଶ୍ରମର ଫଳ ଦେଲେ।
47ସେ ଶିଳା ଦ୍ୱାରା ସେମାନଙ୍କ ଦ୍ରାକ୍ଷାଲତା ଓ ହିମ ଦ୍ୱାରା ସେମାନଙ୍କ ଡିମ୍ବିରି ବୃକ୍ଷ ନଷ୍ଟ କଲେ।

Read ଗୀତସଂହିତା 78ଗୀତସଂହିତା 78
Compare ଗୀତସଂହିତା 78:31-47ଗୀତସଂହିତା 78:31-47