Text copied!
Bibles in Odia

ଗୀତସଂହିତା 78:33-46 in Odia

Help us?

ଗୀତସଂହିତା 78:33-46 in ଓଡିଆ ବାଇବେଲ

33 ଏହେତୁ ସେ ଅସାରତାରେ ସେମାନଙ୍କ ଦିନ ଓ ଆତଙ୍କରେ ସେମାନଙ୍କ ବର୍ଷସବୁ କ୍ଷେପଣ କରାଇଲେ,
34 ସେ ସେମାନଙ୍କୁ ବଧ କଲା ବେଳେ, ସେମାନେ ତାହାଙ୍କୁ ଖୋଜିଲେ; ଆଉ, ଫେରି ଶୀଘ୍ର ପରମେଶ୍ୱରଙ୍କ ଅନ୍ୱେଷଣ କଲେ।
35 ପରମେଶ୍ୱର ଯେ ସେମାନଙ୍କର ଶୈଳ ଓ ସର୍ବୋପରିସ୍ଥ ପରମେଶ୍ୱର ଯେ ସେମାନଙ୍କର ମୁକ୍ତିକର୍ତ୍ତା, ଏହା ସ୍ମରଣ କଲେ।
36 ମାତ୍ର ସେମାନେ ମୁଖରେ ତାହାଙ୍କର ଚାଟୁବାଦ କଲେ ଓ ଜିହ୍ୱାରେ ତାହାଙ୍କ ନିକଟରେ ମିଥ୍ୟା କହିଲେ।
37 କାରଣ ସେମାନଙ୍କ ଅନ୍ତଃକରଣ ତାହାଙ୍କ ପ୍ରତି ସ୍ଥିର ନ ଥିଲା, କିଅବା ସେମାନେ ତାହାଙ୍କ ନିୟମରେ ବିଶ୍ୱସ୍ତ ନ ଥିଲେ।
38 ମାତ୍ର ସେ ସ୍ନେହଶୀଳ ହେବାରୁ ସେମାନଙ୍କ ଅପରାଧ କ୍ଷମା କରି ସେମାନଙ୍କୁ ଧ୍ୱଂସ କଲେ ନାହିଁ; ପୁଣି, ସେ ଅନେକ ଥର ଆପଣା କ୍ରୋଧ ସମ୍ବରଣ କରି ଆପଣା କୋପ ଉତ୍ତେଜ କଲେ ନାହିଁ।
39 ଆଉ, ସେମାନେ ଯେ ମାଂସମାତ୍ର ଓ ବହିଯାଇ ଫେରି ନ ଆସିବା ବାୟୁ ସ୍ୱରୂପ, ଏହା ସେ ସ୍ମରଣ କଲେ।
40 ସେମାନେ ପ୍ରାନ୍ତର ମଧ୍ୟରେ କେତେ ଥର ତାହାଙ୍କର ବିଦ୍ରୋହୀ ହେଲେ ଓ ମରୁଭୂମିରେ ତାହାଙ୍କୁ ଅସନ୍ତୁଷ୍ଟ କଲେ।
41 ସେମାନେ ପୁନର୍ବାର ବିମୁଖ ହୋଇ ପରମେଶ୍ୱରଙ୍କୁ ପରୀକ୍ଷା କଲେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ବିରକ୍ତ କଲେ।
42 ସେମାନେ ତାହାଙ୍କର ହସ୍ତ ଓ ଯେଉଁ ଦିନ ସେ ବିପକ୍ଷଠାରୁ ସେମାନଙ୍କୁ ମୁକ୍ତ କଲେ, ସେହି ଦିନ
43 ଆଉ, ସେ କିରୂପେ ମିସରରେ ଆପଣା ଚିହ୍ନ ଓ ସୋୟନ-ପଦାରେ ଆପଣାର ଅଦ୍ଭୁତ ଲକ୍ଷଣ ସ୍ଥାପନ କଲେ;
44 ପୁଣି, ସେମାନଙ୍କର ନଦୀ ଓ ସ୍ରୋତସବୁ ରକ୍ତମୟ କରିବାରୁ ସେମାନେ ପାନ କରି ପାରିଲେ ନାହିଁ, ଏହାସବୁ ସ୍ମରଣ କଲେ ନାହିଁ।
45 ସେ ସେମାନଙ୍କ ମଧ୍ୟକୁ ଦଂଶକ ଝିଙ୍କ ପଠାଇଲେ, ସେସବୁ ସେମାନଙ୍କୁ ଗ୍ରାସ କଲେ ଓ ବେଙ୍ଗ ପଠାଇଲେ, ସେସବୁ ସେମାନଙ୍କୁ ବିନାଶ କଲେ।
46 ମଧ୍ୟ ସେ କୀଟକୁ ସେମାନଙ୍କ ଭୂମିର ଫଳ ଓ ପଙ୍ଗପାଳକୁ ସେମାନଙ୍କ ପରିଶ୍ରମର ଫଳ ଦେଲେ।
ଗୀତସଂହିତା 78 in ଓଡିଆ ବାଇବେଲ