Text copied!
Bibles in Odia

ଗୀତସଂହିତା 78:37-49 in Odia

Help us?

ଗୀତସଂହିତା 78:37-49 in ଓଡିଆ ବାଇବେଲ

37 କାରଣ ସେମାନଙ୍କ ଅନ୍ତଃକରଣ ତାହାଙ୍କ ପ୍ରତି ସ୍ଥିର ନ ଥିଲା, କିଅବା ସେମାନେ ତାହାଙ୍କ ନିୟମରେ ବିଶ୍ୱସ୍ତ ନ ଥିଲେ।
38 ମାତ୍ର ସେ ସ୍ନେହଶୀଳ ହେବାରୁ ସେମାନଙ୍କ ଅପରାଧ କ୍ଷମା କରି ସେମାନଙ୍କୁ ଧ୍ୱଂସ କଲେ ନାହିଁ; ପୁଣି, ସେ ଅନେକ ଥର ଆପଣା କ୍ରୋଧ ସମ୍ବରଣ କରି ଆପଣା କୋପ ଉତ୍ତେଜ କଲେ ନାହିଁ।
39 ଆଉ, ସେମାନେ ଯେ ମାଂସମାତ୍ର ଓ ବହିଯାଇ ଫେରି ନ ଆସିବା ବାୟୁ ସ୍ୱରୂପ, ଏହା ସେ ସ୍ମରଣ କଲେ।
40 ସେମାନେ ପ୍ରାନ୍ତର ମଧ୍ୟରେ କେତେ ଥର ତାହାଙ୍କର ବିଦ୍ରୋହୀ ହେଲେ ଓ ମରୁଭୂମିରେ ତାହାଙ୍କୁ ଅସନ୍ତୁଷ୍ଟ କଲେ।
41 ସେମାନେ ପୁନର୍ବାର ବିମୁଖ ହୋଇ ପରମେଶ୍ୱରଙ୍କୁ ପରୀକ୍ଷା କଲେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ବିରକ୍ତ କଲେ।
42 ସେମାନେ ତାହାଙ୍କର ହସ୍ତ ଓ ଯେଉଁ ଦିନ ସେ ବିପକ୍ଷଠାରୁ ସେମାନଙ୍କୁ ମୁକ୍ତ କଲେ, ସେହି ଦିନ
43 ଆଉ, ସେ କିରୂପେ ମିସରରେ ଆପଣା ଚିହ୍ନ ଓ ସୋୟନ-ପଦାରେ ଆପଣାର ଅଦ୍ଭୁତ ଲକ୍ଷଣ ସ୍ଥାପନ କଲେ;
44 ପୁଣି, ସେମାନଙ୍କର ନଦୀ ଓ ସ୍ରୋତସବୁ ରକ୍ତମୟ କରିବାରୁ ସେମାନେ ପାନ କରି ପାରିଲେ ନାହିଁ, ଏହାସବୁ ସ୍ମରଣ କଲେ ନାହିଁ।
45 ସେ ସେମାନଙ୍କ ମଧ୍ୟକୁ ଦଂଶକ ଝିଙ୍କ ପଠାଇଲେ, ସେସବୁ ସେମାନଙ୍କୁ ଗ୍ରାସ କଲେ ଓ ବେଙ୍ଗ ପଠାଇଲେ, ସେସବୁ ସେମାନଙ୍କୁ ବିନାଶ କଲେ।
46 ମଧ୍ୟ ସେ କୀଟକୁ ସେମାନଙ୍କ ଭୂମିର ଫଳ ଓ ପଙ୍ଗପାଳକୁ ସେମାନଙ୍କ ପରିଶ୍ରମର ଫଳ ଦେଲେ।
47 ସେ ଶିଳା ଦ୍ୱାରା ସେମାନଙ୍କ ଦ୍ରାକ୍ଷାଲତା ଓ ହିମ ଦ୍ୱାରା ସେମାନଙ୍କ ଡିମ୍ବିରି ବୃକ୍ଷ ନଷ୍ଟ କଲେ।
48 ଆହୁରି, ସେ ସେମାନଙ୍କ ପଶୁଗଣକୁ ଶିଳାରେ ଓ ସେମାନଙ୍କ ପଲସବୁକୁ ପ୍ରଜ୍ୱଳିତ ବଜ୍ରାଘାତରେ ସମର୍ପଣ କଲେ।
49 ସେ ଆପଣା କ୍ରୋଧର ପ୍ରଚଣ୍ଡତା, କୋପ ଓ ରୋଷ ଓ ସଙ୍କଟରୂପ ଅନିଷ୍ଟର ଦୂତଦଳ ସେମାନଙ୍କ ବିରୁଦ୍ଧରେ ପଠାଇଲେ।
ଗୀତସଂହିତା 78 in ଓଡିଆ ବାଇବେଲ