Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 78

ଗୀତସଂହିତା 78:44-62

Help us?
Click on verse(s) to share them!
44ପୁଣି, ସେମାନଙ୍କର ନଦୀ ଓ ସ୍ରୋତସବୁ ରକ୍ତମୟ କରିବାରୁ ସେମାନେ ପାନ କରି ପାରିଲେ ନାହିଁ, ଏହାସବୁ ସ୍ମରଣ କଲେ ନାହିଁ।
45ସେ ସେମାନଙ୍କ ମଧ୍ୟକୁ ଦଂଶକ ଝିଙ୍କ ପଠାଇଲେ, ସେସବୁ ସେମାନଙ୍କୁ ଗ୍ରାସ କଲେ ଓ ବେଙ୍ଗ ପଠାଇଲେ, ସେସବୁ ସେମାନଙ୍କୁ ବିନାଶ କଲେ।
46ମଧ୍ୟ ସେ କୀଟକୁ ସେମାନଙ୍କ ଭୂମିର ଫଳ ଓ ପଙ୍ଗପାଳକୁ ସେମାନଙ୍କ ପରିଶ୍ରମର ଫଳ ଦେଲେ।
47ସେ ଶିଳା ଦ୍ୱାରା ସେମାନଙ୍କ ଦ୍ରାକ୍ଷାଲତା ଓ ହିମ ଦ୍ୱାରା ସେମାନଙ୍କ ଡିମ୍ବିରି ବୃକ୍ଷ ନଷ୍ଟ କଲେ।
48ଆହୁରି, ସେ ସେମାନଙ୍କ ପଶୁଗଣକୁ ଶିଳାରେ ଓ ସେମାନଙ୍କ ପଲସବୁକୁ ପ୍ରଜ୍ୱଳିତ ବଜ୍ରାଘାତରେ ସମର୍ପଣ କଲେ।
49ସେ ଆପଣା କ୍ରୋଧର ପ୍ରଚଣ୍ଡତା, କୋପ ଓ ରୋଷ ଓ ସଙ୍କଟରୂପ ଅନିଷ୍ଟର ଦୂତଦଳ ସେମାନଙ୍କ ବିରୁଦ୍ଧରେ ପଠାଇଲେ।
50ସେ ନିଜ କ୍ରୋଧ ପାଇଁ ପଥ ପ୍ରସ୍ତୁତ କଲେ, ସେ ମୃତ୍ୟୁୁରୁ ସେମାନଙ୍କ ପ୍ରାଣ ରକ୍ଷା କଲେ ନାହିଁ, ମାତ୍ର ମହାମାରୀରେ ସେମାନଙ୍କ ଜୀବନ ସମର୍ପଣ କଲେ;
51ସେ ମିସରରେ ପ୍ରଥମଜାତ ସମସ୍ତଙ୍କୁ, ହାମ୍‍ର ତମ୍ବୁରେ ସେମାନଙ୍କ ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ;
52ମାତ୍ର ସେ ଆପଣା ଲୋକମାନଙ୍କୁ ମେଷଗଣ ତୁଲ୍ୟ ଚଳାଇଲେ ଓ ପ୍ରାନ୍ତରରେ ସେମାନଙ୍କୁ ପଲ ପରି କଢ଼ାଇ ନେଲେ।
53ପୁଣି, ସେ ସେମାନଙ୍କୁ ନିରାପଦରେ ଚଳାଇଲେ, ତେଣୁ ସେମାନେ ଉଦ୍‍ବିଗ୍ନ ନୋହିଲେ, ମାତ୍ର ସମୁଦ୍ର ସେମାନଙ୍କ ଶତ୍ରୁଗଣକୁ ମଗ୍ନ କଲା।
54ଆଉ, ସେ ସେମାନଙ୍କୁ ଆପଣା ପବିତ୍ର ସୀମାକୁ ଓ ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଲବ୍ଧ ଏହି ପର୍ବତକୁ ଆଣିଲେ।
55ଆହୁରି, ସେ ସେମାନଙ୍କ ଆଗରୁ ଗୋଷ୍ଠୀୟବର୍ଗଙ୍କୁ ତଡ଼ି ଦେଲେ ଓ ଅଧିକାରାର୍ଥେ ପରିମାପକ ରଜ୍ଜୁ ଦ୍ୱାରା ସେମାନଙ୍କୁ ବିଭାଗ କରି ଦେଲେ ଓ ଇସ୍ରାଏଲ ଗୋଷ୍ଠୀବର୍ଗକୁ ସେମାନଙ୍କ ତମ୍ବୁରେ ବାସ କରାଇଲେ।
56ତଥାପି ସେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କୁ ପରୀକ୍ଷା କରି ତାହାଙ୍କର ବିଦ୍ରୋହୀ ହେଲେ ଓ ତାହାଙ୍କର ପ୍ରମାଣ-ବାକ୍ୟସବୁ ପାଳନ କଲେ ନାହିଁ;
57ମାତ୍ର ବିମୁଖ ହୋଇ ଆପଣା ପୂର୍ବପୁରୁଷଗଣ ତୁଲ୍ୟ ବିଶ୍ୱାସଘାତକତା କଲେ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ ଲକ୍ଷ୍ୟ ହୁଡ଼ିଲେ।
58କାରଣ ସେମାନେ ଆପଣାମାନଙ୍କ ଉଚ୍ଚସ୍ଥଳୀ ଦ୍ୱାରା ତାହାଙ୍କୁ ବିରକ୍ତ କଲେ। ଓ ଆପଣାମାନଙ୍କ ଖୋଦିତ ପ୍ରତିମା ଦ୍ୱାରା ତାହାଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇଲେ।
59ପରମେଶ୍ୱର ଏହା ଶୁଣି କୋପାନ୍ୱିତ ହେଲେ ଓ ଇସ୍ରାଏଲକୁ ଅତିଶୟ ଘୃଣା କଲେ;
60ଏପରିକି, ସେ ଶୀଲୋସ୍ଥିତ ଆବାସ ଓ ମନୁଷ୍ୟମାନଙ୍କ ମଧ୍ୟରେ ଆପଣାର ସ୍ଥାପିତ ତମ୍ବୁ ପରିତ୍ୟାଗ କଲେ।
61ପୁଣି, ସେ ବନ୍ଦୀତ୍ୱରେ ଆପଣା ପରାକ୍ରମ ଓ ବିପକ୍ଷ ହସ୍ତରେ ଆପଣା ଗୌରବ ସମର୍ପଣ କଲେ।
62ସେ ଆପଣା ଲୋକମାନଙ୍କୁ ମଧ୍ୟ ଖଡ୍ଗରେ ସମର୍ପି ଦେଲେ ଓ ଆପଣା ଅଧିକାର ପ୍ରତି କ୍ରୋଧ ହେଲେ।

Read ଗୀତସଂହିତା 78ଗୀତସଂହିତା 78
Compare ଗୀତସଂହିତା 78:44-62ଗୀତସଂହିତା 78:44-62