Text copied!
Bibles in Odia

ଗୀତସଂହିତା 78:50-55 in Odia

Help us?

ଗୀତସଂହିତା 78:50-55 in ଓଡିଆ ବାଇବେଲ

50 ସେ ନିଜ କ୍ରୋଧ ପାଇଁ ପଥ ପ୍ରସ୍ତୁତ କଲେ, ସେ ମୃତ୍ୟୁୁରୁ ସେମାନଙ୍କ ପ୍ରାଣ ରକ୍ଷା କଲେ ନାହିଁ, ମାତ୍ର ମହାମାରୀରେ ସେମାନଙ୍କ ଜୀବନ ସମର୍ପଣ କଲେ;
51 ସେ ମିସରରେ ପ୍ରଥମଜାତ ସମସ୍ତଙ୍କୁ, ହାମ୍‍ର ତମ୍ବୁରେ ସେମାନଙ୍କ ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ;
52 ମାତ୍ର ସେ ଆପଣା ଲୋକମାନଙ୍କୁ ମେଷଗଣ ତୁଲ୍ୟ ଚଳାଇଲେ ଓ ପ୍ରାନ୍ତରରେ ସେମାନଙ୍କୁ ପଲ ପରି କଢ଼ାଇ ନେଲେ।
53 ପୁଣି, ସେ ସେମାନଙ୍କୁ ନିରାପଦରେ ଚଳାଇଲେ, ତେଣୁ ସେମାନେ ଉଦ୍‍ବିଗ୍ନ ନୋହିଲେ, ମାତ୍ର ସମୁଦ୍ର ସେମାନଙ୍କ ଶତ୍ରୁଗଣକୁ ମଗ୍ନ କଲା।
54 ଆଉ, ସେ ସେମାନଙ୍କୁ ଆପଣା ପବିତ୍ର ସୀମାକୁ ଓ ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଲବ୍ଧ ଏହି ପର୍ବତକୁ ଆଣିଲେ।
55 ଆହୁରି, ସେ ସେମାନଙ୍କ ଆଗରୁ ଗୋଷ୍ଠୀୟବର୍ଗଙ୍କୁ ତଡ଼ି ଦେଲେ ଓ ଅଧିକାରାର୍ଥେ ପରିମାପକ ରଜ୍ଜୁ ଦ୍ୱାରା ସେମାନଙ୍କୁ ବିଭାଗ କରି ଦେଲେ ଓ ଇସ୍ରାଏଲ ଗୋଷ୍ଠୀବର୍ଗକୁ ସେମାନଙ୍କ ତମ୍ବୁରେ ବାସ କରାଇଲେ।
ଗୀତସଂହିତା 78 in ଓଡିଆ ବାଇବେଲ