56 ତଥାପି ସେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କୁ ପରୀକ୍ଷା କରି ତାହାଙ୍କର ବିଦ୍ରୋହୀ ହେଲେ ଓ ତାହାଙ୍କର ପ୍ରମାଣ-ବାକ୍ୟସବୁ ପାଳନ କଲେ ନାହିଁ;
57 ମାତ୍ର ବିମୁଖ ହୋଇ ଆପଣା ପୂର୍ବପୁରୁଷଗଣ ତୁଲ୍ୟ ବିଶ୍ୱାସଘାତକତା କଲେ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ ଲକ୍ଷ୍ୟ ହୁଡ଼ିଲେ।
58 କାରଣ ସେମାନେ ଆପଣାମାନଙ୍କ ଉଚ୍ଚସ୍ଥଳୀ ଦ୍ୱାରା ତାହାଙ୍କୁ ବିରକ୍ତ କଲେ। ଓ ଆପଣାମାନଙ୍କ ଖୋଦିତ ପ୍ରତିମା ଦ୍ୱାରା ତାହାଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇଲେ।
59 ପରମେଶ୍ୱର ଏହା ଶୁଣି କୋପାନ୍ୱିତ ହେଲେ ଓ ଇସ୍ରାଏଲକୁ ଅତିଶୟ ଘୃଣା କଲେ;
60 ଏପରିକି, ସେ ଶୀଲୋସ୍ଥିତ ଆବାସ ଓ ମନୁଷ୍ୟମାନଙ୍କ ମଧ୍ୟରେ ଆପଣାର ସ୍ଥାପିତ ତମ୍ବୁ ପରିତ୍ୟାଗ କଲେ।
61 ପୁଣି, ସେ ବନ୍ଦୀତ୍ୱରେ ଆପଣା ପରାକ୍ରମ ଓ ବିପକ୍ଷ ହସ୍ତରେ ଆପଣା ଗୌରବ ସମର୍ପଣ କଲେ।
62 ସେ ଆପଣା ଲୋକମାନଙ୍କୁ ମଧ୍ୟ ଖଡ୍ଗରେ ସମର୍ପି ଦେଲେ ଓ ଆପଣା ଅଧିକାର ପ୍ରତି କ୍ରୋଧ ହେଲେ।
63 ଅଗ୍ନି ସେମାନଙ୍କ ଯୁବାଗଣକୁ ଗ୍ରାସ କଲା ଓ ସେମାନଙ୍କ କନ୍ୟାଗଣର ବିବାହ-ଗୀତ ହେଲା ନାହିଁ।
64 ସେମାନଙ୍କ ଯାଜକଗଣ ଖଡ୍ଗରେ ପତିତ ହେଲେ ଓ ସେମାନଙ୍କ ବିଧବାଗଣ କିଛି ବିଳାପ କଲେ ନାହିଁ।
65 ସେତେବେଳେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକ ପରି, ମଦିରା ହେତୁ ହର୍ଷନାଦକାରୀ ବୀର ପରି ଉଠିଲେ।
66 ଆଉ, ସେ ଆପଣା ବିପକ୍ଷଗଣକୁ ପ୍ରହାର କରି ହଟାଇ ଦେଲେ; ସେ ସେମାନଙ୍କୁ ଚିରକାଳ ନିନ୍ଦାପାତ୍ର କଲେ।
67 ଆହୁରି, ସେ ଯୋଷେଫର ବଂଶକୁ ଅଗ୍ରାହ୍ୟ କଲେ ଓ ଇଫ୍ରୟିମ ଗୋଷ୍ଠୀକୁ ମନୋନୀତ କଲେ ନାହିଁ।
68 ମାତ୍ର ଯିହୁଦା ଗୋଷ୍ଠୀକୁ, ଆପଣାର ପ୍ରିୟ ସିୟୋନ ପର୍ବତକୁ ମନୋନୀତ କଲେ।
69 ଆଉ, ସେ ଉଚ୍ଚ ଗଗନ ତୁଲ୍ୟ ଓ ଅନନ୍ତକାଳ ନିମନ୍ତେ ଆପଣା ସ୍ଥାପିତ ପୃଥିବୀ ତୁଲ୍ୟ ଆପଣା ଧର୍ମଧାମ ନିର୍ମାଣ କଲେ।
70 ଆହୁରି, ସେ ଆପଣା ଦାସ ଦାଉଦଙ୍କୁ ମନୋନୀତ କଲେ ଓ ମେଷଖୁଆଡ଼ରୁ ତାଙ୍କୁ ଗ୍ରହଣ କଲେ।
71 ସେ ଆପଣା ଲୋକ ଯାକୁବକୁ ଓ ଆପଣା ଅଧିକାର ଇସ୍ରାଏଲକୁ ପ୍ରତିପାଳନ କରିବା ନିମନ୍ତେ ସ୍ତନ୍ୟଦାୟିନୀ ମେଷୀଗଣ ପଛରୁ ତାଙ୍କୁ ଆଣିଲେ।